ରେଳ ଦୁର୍ଘଟଣା ମୃତ୍ୟୁସଂଖ୍ୟା ୧୫କୁ ବୃଦ୍ଧି, ସହାୟତା ଘୋଷଣା କଲେ ରେଳମନ୍ତ୍ରୀ ବୈଷ୍ଣବ

ନୂଆଦିଲ୍ଲୀ: କଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୫ କୁ ବୃଦ୍ଧି ପାଇଛି। ଏହାଛଡ଼ା ୬୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେପଟେ ରେଳମନ୍ତ୍ରୀ ଅଶ୍ବିନ ବୈଷ୍ଣବ ଦାର୍ଜିଲିଂ ଅଭିମୁଖେ ଯାତ୍ରା କରିଛନ୍ତି। ସେହିପରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁର୍ଘଟଣାସ୍ଥଳକୁ ଯିବାର କାର୍ଯ୍ୟକ୍ରମ ରହିଛି ।

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ କ୍ଷତିଗ୍ରସ୍ତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ଦିଆଯିବ। ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ଅଢ଼େଇ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଦୁର୍ଘଟଣାରେ ସାମାନ୍ୟ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା କ୍ଷତିପୂରଣ ଦିଆଯିବ ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ସହାୟତା ଘୋଷଣା କରିଛନ୍ତି । ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ପିଏମଏନଆରଏଫ ତରଫରୁ ୨ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦିଆଯିବ । ଏଥିସହ ଆହତଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ। ସେପଟେ ରେଳ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ଯେ ମାନବୀୟ ତ୍ରୁଟି କାରଣରୁ ଏହି ଦୁର୍ଘଟଣା ହୋଇଛି । ଅନ୍ୟପକ୍ଷରେ କଂଗ୍ରେସ ସମେତ ବିରୋଧୀ ଦଳମାନେ ରେଳମନ୍ତ୍ରୀ ବୈଷ୍ଣବଙ୍କ ଇସ୍ତଫା ମାଗିଛନ୍ତି ।

ସମ୍ବନ୍ଧିତ ଖବର