ନୂଆଦିଲ୍ଲୀ: ମସ୍ତିଷ୍କ ସର୍ଜରୀ ପରେ ଭେଣ୍ଟିଲିଟରରେ ଥିବା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଘଟିଛି। ଏ ନେଇ ନୂଆଦିଲ୍ଲୀର ଆର୍ମି ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଡାକ୍ତରଖାନା ଅନୁଯାୟୀ, ସ୍ୱାସ୍ଥ୍ୟଗତ ଜଟିଳତା ହେତୁ ମୁଖାର୍ଜୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହେବାର ୨୦ଦିନ ବିତିଗଲାଣି। ଗତ କିଛି ଦିନ ହେବ ସେ କୋମାରେ ଥିବା ବେଳେ ଆଜି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖା ଦେଇଛି। ଗତକାଲି ଠାରୁ ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଘଟିଛି। ଫୁସଫୁସ ସଂକ୍ରମଣ ହେତୁ ସେ ସେପ୍ଟିକ୍ ଶକ୍ ରେ ଅଛନ୍ତି ଏବଂ ବିଶେଷଜ୍ଞ ଦଳ ଦ୍ବାରା ପରିଚାଳିତ ହେଉଛନ୍ତି। ସେ ଗଭୀର କୋମାରେ ଥିବା ବେଳେ ତାଙ୍କୁ ଭେଣ୍ଟିଲେଟର ସହାୟତାରେ ରଖାଯାଇଛି।
India TVଉଲ୍ଲେଖଯୋଗ୍ୟ, ଶ୍ରୀ ମୁଖାର୍ଜୀଙ୍କୁ ଗତ ଅଗଷ୍ଟ ୧୦ରେ ଦିଲ୍ଲୀ କ୍ୟାଣ୍ଟନମେଣ୍ଟରେ ଥିବା ଆର୍ମି ରିସର୍ଚ୍ଚ ଏବଂ ରେଫରାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଥିବା ଜଣାପଡ଼ିବା ପରେ ତାଙ୍କ ମସ୍ତିଷ୍କରେ ଅସ୍ତ୍ରୋପଚାର କରାଯାଇଥିଲା। ସୋମବାର ଅସ୍ତ୍ରୋପଚାର ପୂର୍ବରୁ ୮୪ ବର୍ଷୀୟ ଶ୍ରୀ ମୁଖାର୍ଜୀ କୋଭିଡ-୧୯ ପାଇଁ ମଧ୍ୟ ହୋଇଥିବା ପରୀକ୍ଷାରେ କରୋନା ପଜିଟିଭ୍ ଥିବା ଜଣା ପଡ଼ିଥିଲା। ଏବଂ ଏ ସଂପର୍କରେ ନିଜେ ଶ୍ରୀ ମୁଖାର୍ଜୀ ଟୁଇଟ୍ କରି ସୂଚନା ଦେଇଥିଲେ। ପୂର୍ବତନ ରାଷ୍ଟ୍ରପତି ମଧ୍ୟ ଡାକ୍ତରଖାନାରେ ଭର୍ତ୍ତି ସମୟରେ କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଥିଲେ। ପରେ ସେ ଫୁସଫୁସ ସଂକ୍ରମଣର ଶିକାର ହେବା ସହ ତାଙ୍କ କିଡନୀରେ ସମସ୍ୟା ଦେଖା ଦେଇଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/08/pranab-1.jpg)