ନୂଆଦିଲ୍ଳୀ: ଦିଲ୍ଲୀରେ ବାୟୁ ପ୍ରଦୂଷଣର ମାତ୍ରା କମିବାର ନାଁ ଧରୁନାହିଁ। ମଙ୍ଗଳବାର ଦିନ ଧୁଆଁର ଏକ ସ୍ତର ଦିଲ୍ଲୀକୁ ଘେରି ରହିଥିଲା। ବାୟୁ ଗୁଣବତ୍ତା ସୂଚକା (ଏକ୍ୟୁଆଇ) ୪୯୪କୁ ବୃଦ୍ଧି ପାଇ ଦୃଶ୍ୟମାନତା ହ୍ରାସ କରିଥିଲା।
ନୂଆଦିଲ୍ଲୀର ବାୟୁ ପ୍ରଦୂଷଣ ସ୍ତର ଅତି ଗୁରୁତର ସ୍ତରରେ ପହଂଚିଛି । କିଛି ସ୍ଥାନରେ ଏକ୍ୟୁଆଇ ରେକର୍ଡ ସ୍ତର ୫୦୦ ପାର କରିସାରିଲାଣି । ସ୍ଥିତିକୁ ନଜରରେ ରଖି ନୋଏଡା ଓ ଗୁରୁଗ୍ରାମ୍ରେ ଅନ୍ଲାଇନ୍ କ୍ଲାସ ପାଇଁ ନିଷ୍ପତ୍ତି ନିଆଯାଇଛି । ଦିଲ୍ଲୀ ୟୁନିଭର୍ସିଟି ଓ ଜେଏନ୍ୟୁରେ ମଧ୍ୟ ଅନ୍ଲାଇନ୍ କ୍ଲାସ କରାଯିବ । ଦିଲ୍ଲୀରୁ ପ୍ରଦୂଷଣକୁ ନଜରରେ ରଖି ସରକାରୀ କାର୍ଯ୍ୟାଳୟର ସମୟରେ ମଧ୍ୟ ପରିବର୍ତ୍ତନ କରାଯାଇଛି ।
ଏମ୍ସିଡି କାର୍ଯ୍ୟାଳୟ ସକାଳ ୮ଟା ୩୦ରୁ ସଂଧ୍ୟା ୫ଟା ପର୍ୟ୍ୟନ୍ତ ଚାଲିବ । ଏହା ସହ ଦିଲ୍ଲୀ ସରକାରଙ୍କ ଅନ୍ୟ ସବୁ କାର୍ଯ୍ୟାଳୟ ସକାଳ ୧୦ଟାରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ। ପ୍ରଦୂଷଣକୁ ନଜରରେ ରଖି ସରକାରୀ କାର୍ଯ୍ୟାଳୟ ଅଲଗା ଅଲଗା ସମୟରେ ଖୋଲିବା ଓ ବନ୍ଦ କରିବା ପାଇଁ ନିଷ୍ପତ୍ତି ହୋଇଛି। ସେହିପରି ପ୍ରଦୂଷଣକାରୀ ଗାଡ଼ି ଓ କାର୍ଯ୍ୟକଳାପ ଉପରେ କଡ଼ା କଟକଣା ଜାରି କରାଯାଇଛି ।
ସହରରେ ଘନ କୁହୁଡ଼ି ଯୋଗୁଁ ଭାରତୀୟ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି। ଘନ କୁହୁଡ଼ି ଓ ଦୃଶ୍ୟମାନତା ହ୍ରାସ ଯୋଗୁ ଅନେକ ବିମାନ ଓ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। କିଛି ବିମାନ ବିଳମ୍ବରେ ମଧ୍ୟ ଚାଲୁଛି। ଦିଲ୍ଲୀ ବିମାନବନ୍ଦରରେ ୧୧ଟି ବିମାନର ଗତିପଥ ପରିବର୍ତ୍ତନ କରାଯାଇଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2024/11/19/xEVtQPuYfeXWEn7BPEkm.jpg)