ଆସିଲେ, ଚିଲେଇଲେ, ଚାପୁଡ଼ା ମାରିଲେ…ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ

cm rekha

ନୂଆଦିଲ୍ଲୀ: ସକାଳୁ ସକାଳୁ ଦିଲ୍ଲୀରୁ ଆସିଲା ବଡ଼ ଖବର । ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ କଲେ ଯୁବକ । ଜନଶୁଣାଣି ବେଳେ ହୋଇଛି ଆକ୍ରମଣ । ନିଜ ବାସଭବନରେ ସାପ୍ତାହିକ ଜନଶୁଣାଣି କରୁଥିବା ବେଳେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡା ମାରିଛନ୍ତି । ନିଜ ଅଭିଯୋଗ ନେଇ ମୁଖ୍ଯମନ୍ତ୍ରୀଙ୍କ ପାଖକୁ ଆସିଥିବା ବେଳେ ଯୁବକ ହଠାତ୍ ରେଖାଙ୍କୁ ଚାପୁଡା ମାରିଥିବା ସୂଚନା ମିଳିଛି ।

ତେବେ ସୂଚନା ଅନୁସାରେ ୩୫ ବର୍ଷୀୟ ଯୁବକ ଜଣକ କିଛି କାଗଜ ନେଇ ମୁଖ୍ଯମନ୍ତ୍ରୀଙ୍କ ପାଖରେ ପହଞ୍ଚିଲେ ଏବଂ ଜୋରରେ ଚିଲେଇଲେ ଏବଂ ତାପରେ ହଠାତ୍ ଚାପୁଡା ମାରିଲେ । ଯୁବକଙ୍କୁ ପୋଲିସ ଅଟକ ରଖି ପଚରା ଉଚରା କରୁଥିବା ବେଳେ ଆକ୍ରମଣର କାରଣ ଜଣାପଡିନି । ଘଟଣାକୁ ଦିଲ୍ଲୀ ବିଜେପି ନିନ୍ଦା କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବିରାଟ ତ୍ରୁଟି ନେଇ ବିରାଟ ପ୍ରଶ୍ନ ଉଠିଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe