ଦିଲ୍ଲୀରେ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣ: ୨୪ଘଣ୍ଟାରେ ୧୩୬୭ଜଣ କରୋନା ସଂକ୍ରମିତ ଚିହ୍ନଟ

Advertisment
ଦିଲ୍ଲୀରେ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣ: ୨୪ଘଣ୍ଟାରେ ୧୩୬୭ଜଣ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦିଲ୍ଲୀରେ ପୁଣି ଥରେ ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମଣ। ଦୀର୍ଘ ଦିନର ବ୍ୟବଧାନ ପରେ ଆଜି ରାଜଧାନୀରେ ୧୩୬୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହ ଜଣଙ୍କର ମୃତ୍ୟୁ ଘଟିଛି। ସଂକ୍ରମଣ ବୃଦ୍ଧି ହେବା ସହ ଏବେ ଦିଲ୍ଲୀରେ ସଂକ୍ରମଣ ହାର ୪.୫% ରେ ପହଞ୍ଚିଛି। ଗତକାଲି ଦିଲ୍ଲୀରେ ୧୨୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।

ଏହା ସହ ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୨୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୨ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୯୨୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୫,୪୯୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୬୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨୫୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୫,୫୬୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୫୨୨।

publive-image aajtak

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୮,୧୯,୪୦,୯୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୫୯,୭୪,୦୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୦୫,୦୬୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe