ଦିଲ୍ଲୀରୁ ପଞ୍ଚମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ, ଏଲଏନଜେପି ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦିଲ୍ଲୀରୁ ପଞ୍ଚମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ, ଏଲଏନଜେପି ଡାକ୍ତରଖାନାରେ ହେଲେ ଭର୍ତ୍ତି

indiatoday

ନୂଆଦିଲ୍ଲୀ: ଦିଲ୍ଲୀରୁ ପଞ୍ଚମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ। ଏଲଏନଜେପି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳା ମଙ୍କିପକ୍ସ ପାଇଁ ପଜିଟିଭ୍ ପରୀକ୍ଷା କରିବା ପରେ ଦିଲ୍ଲୀରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ଦିଲ୍ଲୀରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଭାରତରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି।

ତେବେ ଦିଲ୍ଲୀର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ମଧ୍ୟରୁ ଚାରିଜଣ ଚିକିତ୍ସିତ ହେଉଥିବାବେଳେ ଜଣେ ଡିସଚାର୍ଜ ହୋଇଛନ୍ତି। ଦେଶରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ମଙ୍କିପକ୍ସର ସଂକ୍ରମଣରୁ ବଞ୍ଚିବା ପାଇଁ କ’ଣ କରିବା ଦରକାର ଏବଂ କ’ଣ କରିବା ଦରକାର ନୁହେଁ ସେ ନେଇ ଏକ ତାଲିକା ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷରେ, ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା କିଛି ପରିମାଣରେ ହ୍ରାସ ପାଇ ୧୬ ହଜାର ତଳକୁ ଚାଲି ଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୮୧୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୮ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫,୮୧୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୩୯,୩୭୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୯୯୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୮,୦୭୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୫,୯୩,୧୧୨। ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ୪,୨୪୧ ହ୍ରାସ ପାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୯,୨୬୪ ଥିବା ରେକର୍ଡ କରାଯାଇଛି। ଏହା ଦେଶର ସମୁଦାୟ ସଙ୍କ୍ରମଣର ୦.୨୭%।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe