୨୦୨୩ ଏପ୍ରିଲ ସୁଦ୍ଧା ଋଷିଆ ଭାରତକୁ ୫ଟି ଏସ-୪୦୦ ଯୋଗାଇବ : ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ଆସନ୍ତା ୨୦୨୩ ଏପ୍ରିଲ ସୁଦ୍ଧା ଭାରତ ପାଖକୁ ଏସ-୪୦୦ ଟ୍ରିୟମ୍ଫ ମିସାଇଲ ଡିଫେନ୍ସ ସିଷ୍ଟମ ଆସିଯାଇଥିବ ବୋଲି ଭାରତ ସରକାର ସ୍ପଷ୍ଟ କରିଦେଇଛନ୍ତି । ଆଜି ଲୋକସଭାରେ ଏକ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାୟକ କହିଛନ୍ତି ଯେ ୫ଟି ରେଜିମେଣ୍ଟ ଏସ-୪୦୦ ପାଇଁ ଭାରତ ୨୦୧୮ ଅକ୍ଟୋବର ୫ରେ ଋଷିଆ ସହ ଚୁକ୍ତି ସ୍ୱାକ୍ଷର କରିଥିଲା । ଆସନ୍ତା ୨୦୧୩, ଏପ୍ରିଲ ସୁଦ୍ଧା ଏଗୁଡ଼ିକର ଯୋଗାଣ ସଂପୂର୍ଣ୍ଣ ହୋଇଥିବ ବୋଲି ଆଶା କରାଯାଉଛି ।

ସୂଚନାଯୋଗ୍ୟ ଯେ ଏସ-୪୦୦ ଖରିଦକୁ ନେଇ ଆମେରିକା ଅସନ୍ତୁଷ୍ଟ ଥିବା ସତ୍ତ୍ୱେ ଏହାକୁ କିଣିବାକୁ ଭାରତ ନିଷ୍ପତ୍ତି ନେଇଛି । ଋଷିଆରୁ ୫ଟି ରେଜିମେଣ୍ଟ ଏସ-୪୦୦ କିଣିବାକୁ ୨୦୧୮, ଅକ୍ଟୋବରରେ ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତକାଳରେ ୫.୪୩ ବିଲିୟନ ଡଲାରର ଚୁକ୍ତି ହୋଇଥିଲା । ଏହି ଚୁକ୍ତି ଅନୁସାରେ ପ୍ରଥମ ଅଗ୍ରୀମ କିସ୍ତି (ମୋଟ ମୂଲ୍ୟର ୧୦%) ପ୍ରଦାନ କରିବାର ୨ ବର୍ଷ ମଧ୍ୟରେ ପ୍ରଥମ ଏସ-୪୦୦ ମିଳିବ । ଏହାର ଦୁଇ ବର୍ଷ ପରେ ଅନ୍ୟ ଏସ-୪୦୦ ଗୁଡିକ ଭାରତକୁ ମିଳିବ ।

ସମ୍ବନ୍ଧିତ ଖବର