କୋଲ୍କାତା: ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ଅନ୍ତର୍ଗତ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ପରବର୍ତ୍ତୀ ୪୮ ଘଣ୍ଟାଯାଏଁ ଉଭୟ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏଥିପାଇଁ ଉଭୟ ରାଜ୍ୟର ମତ୍ସ୍ୟଜୀବୀଙ୍କୁ ସତର୍କ କରାଇ ଦିଆଯାଇଛି।
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ହୋଇଥିବା ଲଘୁଚାପ ଏବଂ ତଜ୍ଜନିତ ବତାସିକ ପ୍ରବାହର ପ୍ରଭାବ ଯୋଗୁଁ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାରରେ ପରବର୍ତ୍ତୀ ୨-୩ ଦିନଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ପରେ ମଧ୍ୟ ସମ୍ପୃକ୍ତ ରାଜ୍ୟଗୁଡ଼ିକର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ରବିବାର ଦିନ ଭାରତୀୟ ପାଣିପାଗ ବିଭାଗ ବୁଲେଟିନ୍ରେ ଉଲ୍ଲେଖ କରାଯାଇଛି।
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଝାଡ଼ଖଣ୍ଡରେ ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ଓଡ଼ିଶା ଓ ପଶ୍ଚିମବଙ୍ଗର ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/07/A.jpg)