ଧର୍ମେନ୍ଦ୍ର-ଜଗନ୍‌ ସାକ୍ଷାତ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌ ଜଗମୋହନ ରେଡ୍ଡୀ ଓ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ସାକ୍ଷାତ ହୋଇଛି। କେନ୍ଦ୍ରମନ୍ତ୍ରୀଙ୍କ ନୂଆଦିଲ୍ଲୀସ୍ଥିତ ସରକାରୀ ବାସଭବନରେ ହୋଇଥିବା ଏହି ସାକ୍ଷାତରେ ଦୁଇ ନେତା ଶିକ୍ଷା କ୍ଷେତ୍ର ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ଆନ୍ଧ୍ରପ୍ରଦେଶରେ ନୂଆ ଜାତୀୟ ଶିକ୍ଷା ନୀତି-୨୦୨୦ (ଏନଇପି)କୁ କାର୍ଯ୍ୟକାରୀ କରିବା ଏବଂ ରାଜ୍ୟରେ ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ରକୁ ଅଧିକ ମଜଭୁତ କରିବା ଦିଗରେ ଆଲୋଚନା ହୋଇଥିବା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି। ଆନ୍ଧ୍ରର ଯୁବପିଢ଼ିଙ୍କୁ ନୂତନ ଦକ୍ଷତା ପ୍ରଶିକ୍ଷଣ ଦେବା ସହ ସେମାନଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ଉପରେ ଶ୍ରୀ ପ୍ରଧାନ ଆଲୋଚନାକାଳରେ ଗୁରୁତ୍ୱାରୋପ କରିଛନ୍ତି।

ସମ୍ବନ୍ଧିତ ଖବର