ଉପରାଷ୍ଟ୍ରପତିଙ୍କୁ ବିଦାୟ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

Advertisment
ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁକୁ ନେଇ ମୁଁ ବିବ୍ରତ: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁଙ୍କୁ ନୂଆଦିଲ୍ଲୀଠାରେ ବ୍ୟକ୍ତିଗତ ଭାବେ ଭେଟି ବିଦାୟକାଳୀନ ଶୁଭେଚ୍ଛା ଓ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ କୃତଜ୍ଞତା ଜଣାଇଛନ୍ତି। ତାଙ୍କ କାର୍ଯ୍ୟକାଳର ଶେଷ ଦିନରେ ଶ୍ରୀ ନାଇଡୁଙ୍କୁ ଭେଟିବା ଅବସରରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ରାଷ୍ଟ୍ରନୀତିଜ୍ଞ ଶ୍ରୀ ନାଇଡୁଙ୍କ ଉଭୟ ଲୋକସଭା ଏବଂ ରାଜ୍ୟସଭା ଗୃହରେ ସେବା କାର୍ଯ୍ୟ ଥିଲା ଅନନ୍ୟ । ଶ୍ରୀ ନାଇଡୁ ଗଣତାନ୍ତ୍ରିକ ପରମ୍ପରାକୁ ଉର୍ଦ୍ଧ୍ୱରେ ରଖି ଗୃହ କାର୍ଯ୍ୟକୁ ଯେପରି ପରିଚାଳନା କରିଥିଲେ, ସେଥିପାଇଁ ସେ ଜନପ୍ରିୟ ହେବା ସହ ସବୁ ଦଳ ଦ୍ୱାରା ପ୍ରଶଂସାର ପାତ୍ର ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe