କାନପୁର ଆଇଆଇଟିରେ ମେଡିକାଲ କଲେଜର ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

Advertisment
ଡ୍ରପ୍‌ ଆଉଟ୍‌କୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଆଇଆଇଟି କାନପୁରଠାରେ ‘ଦ ଗଙ୍ଗୱାଲ ସ୍କୁଲ ଅଫ୍ ମେଡ଼ିକାଲ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି’ ଏବଂ ‘ୟେଦୁପତି ସିଂଘାନିଆ ସୁପର ସ୍ପେଶାଲିଟି’ ହସ୍ପିଟାଲର ଶିଳାନ୍ୟାସ କରିଛନ୍ତି।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଏହି ଦୁଇଟି ଅନୁଷ୍ଠାନ ପ୍ରତିଷ୍ଠା ହେଲେ ଦେଶର ସ୍ୱାସ୍ଥ୍ୟ ସେବା ପରିସଂସ୍ଥାନ ମଜଭୁତ ହେବ। ବିଗତ ଛଅ ଦଶନ୍ଧି ଧରି ଆଇଆଇଟି କାନପୁର ଇଞ୍ଜିନିୟରିଂ ଶିକ୍ଷାରେ ଏକ ଅଗ୍ରଣୀ ଅନୁଷ୍ଠାନ ଭାବରେ କାମ କରୁଛି। ଏହି ଅନୁଷ୍ଠାନ ସମୟାନୁସାରେ ପରିବର୍ତନ ହେଉଥିବା ସମାଜର ଆବଶ୍ୟକତା ପ୍ରତି ସମ୍ବେଦନଶୀଳ ଏବଂ ଆତ୍ମନିର୍ଭର ଭାରତ ନିର୍ମାଣରେ ସକ୍ରିୟ ସହଯୋଗ କରିଆସୁଛି। ସେହିପରି ଜଳବାୟୁ ପରିବର୍ତନ, ୱେଷ୍ଟ ଟୁ ୱେଲ୍‌ଥ, ବିକଳ୍ପ ସବୁଜ ଇନ୍ଧନ ଏବଂ ଅର୍ଥନୀତି ପାଇଁ ନୂଆ ବିଜ୍‌ନେସ୍‌ ମଡ଼େଲ ବିକଶିତ କରିବା ପାଇଁ କୁଶଳ ଏବଂ ସ୍ୱଳ୍ପ ବ୍ୟୟସାପେକ୍ଷ ସମାଧାନ ଅନ୍ୱେଷଣ କରିବାକୁ ଆଇଆଇଟି କାନପୁରକୁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କାନପୁର ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନ୍ୟାସନାଲ ସେଂଟର ଫର୍ ଫ୍ଲେକ୍ସିବଲ୍ ଇଲେକ୍ଟ୍ରୋନିକ୍ସ ପରିଦର୍ଶନ କରିବା ସହ ଆଇଆଇଟି କାନପୁର ସହଯୋଗରେ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ବୁଲି ଦେଖିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe