ଖଣିଜ ପାଣ୍ଠି ସମ୍ପର୍କିତ ଜାତୀୟ କର୍ମଶାଳା : ଓଡ଼ିଶାରୁ ୮ ଜିଲ୍ଲାପାଳଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ : ଦିଲ୍ଲୀରେ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ର କଲ୍ୟାଣ ଯୋଜନା ଏବଂ ଜିଲ୍ଲା ଖଣିଜ ପାଣ୍ଠି ସଂକ୍ରାନ୍ତ ଜାତୀୟ କର୍ମଶାଳରେ ଭାଗନେବା ପାଇଁ ଓଡ଼ିଶାର ୮ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନିମନ୍ତ୍ରଣ କରାଯାଇଛି। କେନ୍ଦ୍ର ଖଣି ମନ୍ତ୍ରାଳୟ ପକ୍ଷରୁ ଅନୁଗୁଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିମନ୍ତ୍ରଣ କରାଯାଇଛି। ଉଲ୍ଲେଖଯୋଗ୍ୟ, ଜିଲ୍ଲା ଖଣିଜ ପାଣ୍ଠି ଅନ୍ତର୍ଗତ ଦେଶର ୨୧ଟି ଖଣିଭିତ୍ତିକ ରାଜ୍ୟ ମଧ୍ୟରୁ ଓଡ଼ିଶାରେ ସର୍ବାଧିକ ୫୧୮୨.୩୨ କୋଟି ଟଙ୍କା ସଂଗ୍ରହ ହୋଇଛି।

ସମ୍ବନ୍ଧିତ ଖବର