ଡ. ହରିବାବୁ ଓଡ଼ିଶାର ନୂଆ ରାଜ୍ୟପାଳ: ୫ ରାଜ୍ୟରେ ବଦଳିଲେ

Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୫ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି ଏବଂ ତାଙ୍କ ସ୍ଥାନରେ ମିଜୋରାମର ରାଜ୍ୟପାଳ ଥିବା ଡକ୍ଟର ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି।

dddgdgdg

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୫ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି ଏବଂ ତାଙ୍କ ସ୍ଥାନରେ ମିଜୋରାମର ରାଜ୍ୟପାଳ ଥିବା ଡକ୍ଟର ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ପୂର୍ବତନ ସେନାମୁଖ୍ୟ ଜେନେରାଲ ଭି କେ ସିଂହଙ୍କୁ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି।

ଅଜୟ ଭଲ୍ଲା-ମଣିପୁର, ଆରିଫ୍‌ ମହମ୍ମଦ-ବିହାର

ସେହିଭଳି ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। କେରଳ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାନ୍‌ଙ୍କୁ ବିହାରର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲାଙ୍କୁ ମଣିପୁର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଉପରୋକ୍ତ ନିଯୁକ୍ତି ସେମାନେ ନିଜ ନିଜ କାର୍ଯ୍ୟାଳୟର ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ କାର୍ଯ୍ୟକାରୀ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe