ନୂଆଦିଲ୍ଲୀ: ଆଜି ପାର୍ଲାମେଣ୍ଟ୍‌ର ସେଣ୍ଟ୍ରାଲ୍‌ ହଲ୍‌ରେ ପୂର୍ବାହ୍ନ ୧୦.୧୩ରେ ଭାରତର ୧୫ଶ ରାଷ୍ଟ୍ରପତି ଭାବେ ଓଡ଼ିଶା ମାଟିର କନ୍ୟା ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ କରିଛନ୍ତି। ଭାରତର ପ୍ରଧାନ ବିଚାରପତି ଏନ୍‌. ଭି. ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

Advertisment

ରାଷ୍ଟ୍ରପତି ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍‌. ଭେଙ୍କୟାନାଇଡୁ, ପ୍ରଧାନମନ୍ତ୍ରୀ ‌ନରେନ୍ଦ୍ର ମୋଦୀ ଏବଂ ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ସମେତ ସମସ୍ତ କେନ୍ଦ୍ରମନ୍ତ୍ରୀ ଓ ସାସଂଦ ଉପସ୍ଥିତ ଥିଲେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲାବେଳେ ବିାହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହି ଉତ୍ସବରେ ଯୋଗ ଦେଇ ପାରିନାହାନ୍ତି।

publive-image

ଏହାପୂର୍ବରୁ, ରାଜଘାଟ ଯାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଶ୍ରୀମତୀ ମୁର୍ମୁ  ରାଷ୍ଟ୍ରପତି ଭବନରେ ପହଞ୍ଚିବା ପରେ  ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ  ଅଭିବାଦନ ଜଣାଇଥିଲେ। ରାଷ୍ଟ୍ରପତି ଭବନରେ ରାମନାଥ କୋବିନ୍ଦ ଏବଂ ସବିତା କୋବିନ୍ଦ ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ୍ କରିଥିଲେ।

publive-image

୬୪ ବର୍ଷୀୟ ମୁର୍ମୁ ହେଉଛନ୍ତି ଦେଶର ସର୍ବକନିଷ୍ଠା, ପ୍ରଥମ ଜନଜାତି ସମ୍ପ୍ରଦାୟର ଏବଂ ଦେଶ ସ୍ବାଧୀନ ହେବା ପରେ ଜନ୍ମିତା ରାଷ୍ଟ୍ରପତି।