କାବୁଲ: ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ । ବୁଧବାର ଭୋର ୪ଟା ୪୩ ମିନିଟ ସମୟରେ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି । ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଭୁପୃଷ୍ଠରୁ ୭୫ କିଲୋମିଟର ଗଭୀରତାରେ ଏହି ଭୂକମ୍ପ ସୃଷ୍ଟି ହୋଇଛି । ଯାହାର ରିକ୍ଟର ସ୍କେଲରେ ତୀବ୍ରତା ରହିଛି ୫.୯ ।
ଏହି ଭୂକମ୍ପରେ ଦିଲ୍ଲୀ-ଏନସିଆର ଅଞ୍ଚଳ ସମେତ ଭାରତର କିଛି ସ୍ଥାନରେ କମ୍ପନ ଅନୁଭୂତ ହୋଇଛି ବୋଲି ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ କୁହାଯାଇଛି । ଭୂକମ୍ପ କେନ୍ଦ୍ର ନିକଟରେ ୫.୯ ରିକ୍ଟର ସ୍କେଲର ଏକ ଭୂକମ୍ପ ଗୁରୁତର କ୍ଷତି ଘଟାଇବା ପାଇଁ ଯଥେଷ୍ଟ ବୋଲି କୁହାଯାଉଛି । ତେବେ ଆଜିର ଏହି ଭୂମିକମ୍ପରେ କ୍ଷୟକ୍ଷତିର କୌଣସି ସୂଚନା ଏଯାଏଁ ଜଣାପଡି ନାହିଁ ।
ତେବେ ଗତକାଲି ମଧ୍ୟ ଶକ୍ତିଶାଳୀ ଭୂମିକମ୍ପରେ ଥରିଥିଲା ଆମେରିକା । ଦକ୍ଷିଣ କାଲିଫର୍ଣ୍ଣିଆରେ ୫.୨ ତୀବ୍ରତାର ଝଟକା ଲାଗିଥିଲା । ଭୂକମ୍ପ ପାଇଁ ଅନେକ ସ୍ଥାନରେ ପାହାଡରୁ ପଥର ଧସିଥିବା ସୂଚନା ମିଳିଥିଲା । ଦକ୍ଷିଣ କାଲିଫର୍ଣ୍ଣିଆର ଏକ ଛୋଟ କୃଷି ସମ୍ପ୍ରଦାୟ ଜୁଲିଆନ ନିକଟରେ ସକାଳ ୧୦ଟା ୮ ସମୟରେ ୫.୨ ତୀବ୍ରତାର ଏକ ଭୂମିକମ୍ପ ହୋଇଥିଲା ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)
/sambad/media/media_files/2025/04/16/AABhDdtaO3nVAcv7RaEU.jpg)