ପଶ୍ଚିମବଙ୍ଗ ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ସମୟକୁ ୩୦ ମିନିଟ୍‌ ବୃଦ୍ଧି କଲେ ନିର୍ବାଚନ କମିସନ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ପାଇଁ ନିର୍ବାଚନ କମିସନ ଆଜି (ମଙ୍ଗଳବାର) ମତଦାନ ସମୟକୁ ୩୦ ମିନିଟ ପାଇଁ ବୃଦ୍ଧି କରଛନ୍ତି। ନିର୍ବାଚନ କମିସନଙ୍କ ଏହି ପରିବର୍ତ୍ତିତ ଘୋଷଣା ପରେ ଏବେ ଭୋଟରମାନେ ପ୍ରଥମ ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବାକୁ ଥିବା ନିର୍ବାଚନ ମଣ୍ଡଳୀଗୁଡ଼ିକରେ ସକାଳ ୭ଟାରୁ ସନ୍ଧ୍ୟା ୬.୩୦ ପର୍ଯ୍ୟନ୍ତ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିପାରିବେ ବୋଲି ମଙ୍ଗଳବାର ଦିନ ନିର୍ବାଚନ କମିସନଙ୍କ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି। କୋଭିଡ୍‌-୧୯ ପ୍ରତିବନ୍ଧକକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି କମିସନର ଜନୈକ ବରିଷ୍ଠ ଅଧିକାରୀ ଗଣମାଧ୍ୟମକୁ କହିଛନ୍ତି।

ରାଜ୍ୟରେ କୋଭିଡ୍‌-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ନିର୍ବାଚନ କମିସନ ମତଦାନ ସମୟକୁ ୩୦ ମିନିଟ ପାଇଁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମତଦାନ ବର୍ତ୍ତମାନ ସକାଳ ୭ଟାରୁ ରାତି ୬.୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ଆଜି (ମଙ୍ଗଳବାର) ମଧ୍ୟାହ୍ନରେ ଜାରି କରାଯାଇଛି ବୋଲି ସେ କହିଛନ୍ତି।

ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନରେ ମାର୍ଚ୍ଚ ୨୭ରେ ୩୦ଟି ବିଧାନସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟରେ ମତଦାନ ହେବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର