ଭୋପାଳ : ମଧ୍ୟପ୍ରଦେଶର ରିୱା ଜିଲ୍ଲାରେ ଶୁକ୍ରବାର ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୩୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ରିୱା ଓ ସିଧି ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସତନାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବା ଲୋକଙ୍କୁ ନେଇ ବସ୍ଟି ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି ।
ମୋହନିୟା ଟନେଲ ନିକଟରେ ବସ୍ଟି ଚା’ପାନ ପାଇଁ ଅଟକିଥିବା ବେଳେ ଏକ ଟ୍ରକ୍ ପ୍ରଚଣ୍ଡ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ପୁଲିସ-ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ।