ଦେଶରେ ହାଇଡ୍ରୋକ୍ସିକ୍ଲୋରୋକ୍ୱିନର କୌଣସି ଅଭାବ ନାହିଁ : ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ : ଦେଶରେ ହାଇଡ୍ରୋକ୍ସିକ୍ଲୋରୋକ୍ୱିନର କୌଣସି ଅଭାବ ନାହିଁ ଓ ଭବିଷ୍ୟତରେ ଏହି ଔଷଧର ଅଭାବ ଦେଖାଯିବାର ସମ୍ଭାବନା ନାହିଁ ବୋଲି କନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ ସୂଚନା ଦେଇଛନ୍ତି ।

ମନ୍ତ୍ରାଳୟର ଦୈନିକ ସାମ୍ବାଦକ ସମ୍ମିଳନୀ ଅବସରରେ ସେ କହିଛନ୍ତି ଯେ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ କେତେକ ବିଶେଷ କ୍ଷେତ୍ରରେ ରୋଗୀ ଓ ରୋଗୀଙ୍କ ସଂସ୍ପର୍ଶରେ ଆସୁଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯାଇଥାଏ । ଏହା କେବଳ ଡାକ୍ତରଙ୍କ ପରାମର୍ଶରେ ହିଁ ନିଆଯାଇପାରିବ ବୋଲି ସେ କହିଛନ୍ତି । ସେ କହିଛନ୍ତି ଯେ ହସପିଟାଲ ଗୁଡ଼ିକରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ସଂକ୍ରମଣ ଚିନ୍ତାର ବିଷୟ ହୋଇଛି । ଏଥିପାଇଁ ହସପିଟାଲଗୁଡ଼ିକରେ ବ୍ୟବହାରଗତ ପରିବର୍ତ୍ତନ ଉପରେ ବିଚାର କରାଯାଉଛି । ଗତ ୨୪ ଘଣ୍ଟାରେ ଦେଶରେ ୭୭୩ଟି ନୂଆ ସଂକ୍ରମଣ ମାମଲା ଜଣାପଡ଼ିଛି ଓ ୩୨ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ଦେଶର ମୋଟ ସଂକ୍ରମଣ ସଂଖ୍ୟା ୫୧୧୯ରେ ପହଞ୍ଚିଛି ଓ ମୃତ୍ୟୁସଂଖ୍ୟା ୧୪୯ରେ ପହଞ୍ଚିଛି ବୋଲି ସେ କହିଛନ୍ତି ।

ଏହି ଅବସରରେ ଭାରତୀୟ ଭେଷଜ ଗବେଷଣା ପରିଷଦର ମୁଖ୍ୟ ଆର.ଗଙ୍ଗାକେଟକର କହିଛନ୍ତି ଯେ ଦେଶରେ ଏପର୍ଯ୍ୟନ୍ତ ମୋଟ ୧,୨୧,୨୭୧ଟି ପରୀକ୍ଷା ହୋଇଛି ।

ସମ୍ବନ୍ଧିତ ଖବର