ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ଜୟପୁର/ ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂହ ଆଜି ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ରାଜସ୍ଥାନର ରାଜ୍ୟସଭା ଆସନ ପାଇଁ ହୋଇଥିବା ଉପ ନିର୍ବାଚନରେ ଶ୍ରୀ ସିଂହ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।

ରାଜସ୍ଥାନରୁ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଶ୍ରୀ ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ରାଜସ୍ଥାନରୁ ରାଜ୍ୟସଭାକୁ ନିର୍ବାଚିତ ହେବା ରାଜସ୍ଥାନ ପାଇଁ ଗୌରବର ବିଷୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ।

ସମ୍ବନ୍ଧିତ ଖବର