ସରକାରଙ୍କ ସହ ଅଷ୍ଟମ ପର୍ଯ୍ୟାୟ ବୈଠକ ଆରମ୍ଭ; ନୂତନ କୃଷି ଆଇନ ପ୍ରତ୍ୟାହାର ଦାବି ଦୋହରାଇଲେ କୃଷକ ସଙ୍ଗଠନ

ନୂଆଦିଲ୍ଲୀ: ଆଜି ସରକାର ଓ କୃଷକ ସଙ୍ଗଠନ ମଧ୍ୟରେ ଦିଲ୍ଲୀର ବିଜ୍ଞାନ ଭବନରେ ଅଷ୍ଟମ ପର୍ଯ୍ୟାୟ ବୈଠକ ଆରମ୍ଭ ହୋଇଛି । ଚାଷୀ ନେତା ଓ ସରକାରଙ୍କ ମଧ୍ୟରେ ୭ଟି ପର୍ଯ୍ୟାୟରେ ଆଲୋଚନା ହୋଇଥିଲେ ମଧ୍ୟ ଏଯାଏଁ ସମାଧାନର ବାଟ ବାହାରି ନାହିଁ । ନୂଆ କୃଷି ଆଇନକୁ ପ୍ରତ୍ୟାହର ଓ ଏମଏସପିକୁ ନେଇ ଆନ୍ଦୋଳନ କରୁଛନ୍ତି ଚାଷୀ । ରାଜଧାନୀ ଦିଲ୍ଲୀରେ ୪୪ଦିନ ହେଲା ଆନ୍ଦୋଳନ କରୁଛନ୍ତି ଚାଷୀ । ଆଜିର ବୈଠକରୁ ନିଷ୍କର୍ସ ନ ବାହାରିଲେ ୨୬ ତାରିଖ ଦିନ ଟ୍ରାକ୍ଟର ପରେଡର ଚେତାବନୀ ଦେଇଛନ୍ତି କୃଷକ ସଂଗଠନ । ତେବେ ବୈଠକ ଆରମ୍ଭରୁ ହିଁ ନିଜର ପୂର୍ବ ଦାବିକୁ ଦୋହରାଇଛି କୃଷକ ସଙ୍ଗଠନ। ସଂଶୋଧନ ନୁହେଁ, ନୂତନ କୃଷି ଆଇନ ପ୍ରତ୍ୟାହାର କରାଯାଉ ବୋଲି କୃଷକ ସଂଗଠନ ଦାବି କରିଛନ୍ତି।

किसान संगठन और सरकार के बीच शुरू
aajtak

ସମାଧାନର ବାଟ ବାହାରିବ ବୋଲି ଦେଶବାସୀ ଆଶା କରୁଥିବା ବେଳେ ବୈଠକ ପୂର୍ବରୁ ଚାଷୀମାନେ ନିଜର କଡ଼ା ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ନୂଆ କୃଷି ଆଇନ ପ୍ରତ୍ୟାହାର ନହେବା ଯାଏଁ ସେମାନେ ରାସ୍ତାରୁ ହଟିବେ ନାହିଁ  କହିସାରିଛନ୍ତି । ପ୍ରବଳ ଥଣ୍ଡା ଓ ବର୍ଷା ସହି ସିଙ୍ଘୁ ସୀମା ଓ ଗାଜିପୁର ସୀମାରେ ହଜାର ହଜାର ଚାଷୀ ପ୍ରତିକୁଳ ପରିସ୍ଥିତିରେ ଆନ୍ଦୋଳନ ଜାରି ରଖିଛନ୍ତି । ଗତ ଶନିବାର ରାତିରୁ ବର୍ଷା ହେବାରୁ ଆନ୍ଦୋଳନରତ ଚାଷୀଙ୍କ ସ୍ଥିତି ଆହୁରି ଜଟିଳ ହୋଇଯାଇଛି । ଚାଷୀନେତାମାନେ କହିଛନ୍ତି, ନୂଆ କୃଷି ଆଇନ ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗିଦେବ । ତେଣୁ କର ବା ମର ଲଢେଇ ପାଇଁ  ସେମାନେ ପ୍ରସ୍ତୁତ ରହିଛନ୍ତି ।

ସମ୍ବନ୍ଧିତ ଖବର