ଦିଲ୍ଲୀ ବିଧାନସଭାରେ ଅଗ୍ନିକାଣ୍ଡ, ଧନଜୀବନ ସୁରକ୍ଷିତ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାର ରବିବାର ଜେନେରେଟର ରୁମ୍‌ରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଦିଲ୍ଲୀ ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡ ସମ୍ପର୍କରେ ୧୦.୫୦ରେ ଖବର ପାଇବା ପରେ ତିନିଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାମ ଜାରି ରଖିଥିଲେ। ସୌଭାଗ୍ୟବଶତଃ ଏହି ଅଗ୍ନିକାଣ୍ଡରେ କାହାରି କିଛି କ୍ଷତି ହୋଇନାହିଁ କି କେହି ଏଥିରେ ମୃତାହତ ହୋଇ ନଥିବା ସୂଚନା ମିଳିଥିଲା।

ସମ୍ବନ୍ଧିତ ଖବର