ଗାନ୍ଧୀନଗର: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି (ଗୁରୁବାର) ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୯ଟି ଜିଲ୍ଲାର ୮୯ ଆସନ ପାଇଁ ଭୋଟର୍ମାନେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏହି ପର୍ଯ୍ୟାୟରେ ୭୮୮ ପ୍ରାର୍ଥୀ ମଇଦାନରେ ଅଛନ୍ତି। ସକାଳ ୮ଟାରୁ ମତଦାନ ଆରମ୍ଭ ହେବ ଏବଂ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏହା ଜାରି ରହିବ। ଭୋଟ୍ ଗ୍ରହଣ ପ୍ରକ୍ରିୟା ସୁରୁଖୁରୁରେ ସଂପନ୍ନ କରିବା ପାଇଁ ନିର୍ବାଚନ କମିସନ ବ୍ୟାପକ ପ୍ରସ୍ତୁତି କରିଛନ୍ତି।
ଅନ୍ୟପକ୍ଷରେ ୫ ତାରିଖରେ ହେବାକୁ ଥିବା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋର୍ଦାର ହୋଇଛି। ଆଗାମୀ ଦୁଇ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟରେ ୭ଟି ରୢାଲିରେ ଉଦ୍ବୋଧନ ଦେବା କାର୍ଯ୍ୟକ୍ରମ ରହିଛି। କଂଗ୍ରେସ ଏବଂ ଆପ୍ ନେତାମାନେ ମଧ୍ୟ ଦ୍ବିତୀୟ ପର୍ଯ୍ୟାୟ ପାଇଁ ମାରାଥନ ପ୍ରଚାର ଜାରି ରଖିଛନ୍ତି। ଦ୍ବିତୀୟ ପର୍ଯ୍ୟାୟରେ ୯୩ଟି ଆସନ ପାଇଁ ଭୋଟ୍ ଗ୍ରହଣ ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/vote-2.jpg)