ବନ୍ୟାରେ ଆସାମ ବେହାଲ, ୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

Advertisment
ବନ୍ୟାରେ ଆସାମ ବେହାଲ, ୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ଗୌହାଟୀ : ଆସାମରେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪ ଲକ୍ଷରୁ ଅଧିକ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି। ‌୧୫ଟି ଜିଲ୍ଲା ବନ୍ୟା ପୀଡ଼ିତ ହୋଇଛି। ସରକାର ‌ଉଦ୍ଧାର ଏବଂ ରିଲିଫ କାର୍ଯ୍ୟକୁ ଜୋରଦାର କରିଛନ୍ତି। ୧୦ଟି ଏନଡିଆର୍‌ଏଫ୍‌ ଟିମ୍ ବନ୍ୟା ପ୍ରଭାବିତ ଅଞ୍ଚଳରେ ମୁତୟନ ହୋଇ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି।

publive-image

ବର୍ତ୍ତମାନ ସୁଦ୍ଧା ସେମାନେ ୧୨୩ ଲୋକଙ୍କ ସମେତ ଅନେକ ପଶୁଙ୍କୁ ସୁରକ୍ଷିତ ସ୍ଥାନକୁ ନେଇଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମାଙ୍କ ସହିତ କଥା ହୋଇ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବା ନେଇ ପ୍ରତିଶ୍ରୁତି ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe