କାନାଡାରେ ହିନ୍ଦୁ ମନ୍ଦିର ଆକ୍ରମଣକୁ କେଜ୍ରିଓ୍ବାଲଙ୍କ ନିନ୍ଦା

କାନାଡାରେ ହିନ୍ଦୁ ମନ୍ଦିର ଉପରେ ହୋଇଥିବା ଆକ୍ରମଣକୁ ନେଇ ଭାରତରେ ପ୍ରବଳ ରୋଷ ପ୍ରକାଶ ପାଇଛି । ଏବେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏହି ଘଟଣାକୁ ନିନ୍ଦା କରିଛନ୍ତି।

ଆପ୍‌କୁ ଭୟ କରୁଛି ବିଜେପି: କେଜ୍ରିୱାଲ

ନୂଆଦିଲ୍ଲୀ: କାନାଡାରେ ହିନ୍ଦୁ ମନ୍ଦିର ଉପରେ ହୋଇଥିବା ଆକ୍ରମଣକୁ ନେଇ ଭାରତରେ ପ୍ରବଳ ରୋଷ ପ୍ରକାଶ ପାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଠାରୁ ଆରମ୍ଭ କରି କଂଗ୍ରେସ ପର୍ଯ୍ୟନ୍ତ ଏହି ଘଟଣାକୁ ନିନ୍ଦା କରିଛନ୍ତି । ଏବେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏହି ଘଟଣାକୁ ନିନ୍ଦା କରିଛନ୍ତି।

ଅରବିନ୍ଦ କେଜ୍ରିୱାଲ ନିଜ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, "ମୁଁ କାନାଡାରେ ଘଟିଥିବା ଘଟଣାକୁ ଦୃଢ଼ ନିନ୍ଦା କରୁଛି। ଭାରତ ସରକାର ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦରକାର। କେବଳ ଦେଶର ସମସ୍ତ ରାଜନୈତିକ ଦଳ ନୁହଁନ୍ତି ବରଂ ଦେଶର ସମସ୍ତ ୧୪୦ କୋଟି ଜନତା ଏହି ପ୍ରସଙ୍ଗରେ ଭାରତ ସରକାରଙ୍କ ସହ କାନ୍ଧରେ କାନ୍ଧ ମିଳାଇ ଛିଡା ହୋଇଛନ୍ତି ।

ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦୀ ତୀବ୍ର ନିନ୍ଦା କରିଛନ୍ତି । ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ସେ ଲେଖିଛନ୍ତି, କାନାଡାରେ ହିନ୍ଦୁ ମନ୍ଦିର ଉପରେ ଜାଣିଶୁଣି ହୋଇଥିବା ଆକ୍ରମଣକୁ ମୁଁ ଦୃଢ଼ ନିନ୍ଦା କରୁଛି। ଆମ କୂଟନୀତିଜ୍ଞମାନଙ୍କୁ ଭୟଭୀତ କରିବାର କାପୁରୁସତାପୂର୍ଣ୍ଣ ପ୍ରୟାସ ମଧ୍ୟ ସେତିକି ଭୟଙ୍କର। ଏଭଳି ହିଂସାକାଣ୍ଡ ଭାରତର ସଂକଳ୍ପକୁ କେବେ ବି ଦୁର୍ବଳ କରିବ ନାହିଁ। ଆମେ ଆଶା କରୁଛୁ ଯେ କାନାଡା ସରକାର ନ୍ୟାୟ ସୁନିଶ୍ଚିତ କରିବେ ଏବଂ ଆଇନର ଶାସନକୁ ବଜାୟ ରଖିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe