ନୂଆଦିଲ୍ଲୀ : ଆଜି ସାରା ଦେଶ ହର୍ଷୋଲ୍ଲାସର ସହ ସ୍ୱାଧୀନତା ଦିବସ ପାଳନ କରୁଥିବାବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦେଶର ଲୋକପ୍ରିୟ ନେତା ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି । ଗତ ୪୮ ଘଣ୍ଟା ଧରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଚିନ୍ତାଜନକ ରହିଥିବା ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ବାଜପେୟୀଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟି ଅବଗତ କରିଛନ୍ତି । ଗତ ୯ ସପ୍ତାହ ଧରି ଏମ୍ସରେ ଚିକିତ୍ସିତ ହେଉଥିବା ବାଜପେୟୀଙ୍କ ଅବସ୍ଥା ନେଇ ଏମ୍ସ ପକ୍ଷରୁ ଜାରି ହୋଇଥିବା ହେଲଥ ବୁଲେଟିନରେ କୁହାଯାଇଛି ଯେ, ବାଜପାୟୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି ଏବଂ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି ।
Sambad is now on WhatsApp
Join and get latest news updates delivered to you via WhatsApp
Prime Minister Narendra Modi reaches All India Institutes of Medical Sciences (AIIMS) to meet Former Prime Minister Atal Bihari Vajpayee. #Delhi pic.twitter.com/BeGhqVh0z2
— ANI (@ANI) August 15, 2018
କିଡନୀରେ ସଂକ୍ରମଣ, ଛାତି ଯନ୍ତ୍ରଣା, ପରିଶ୍ରାର ପରିମାଣ ମାତ୍ରଧିକ ଭାବରେ କମିଯିବାରୁ ଗତ ଜୁନ୍ ୧୧ରେ ବାଜପେୟୀଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତି କରାଯାଇଥିଲା ।ସେବେ ଠାରୁ ବାଜପେୟୀଙ୍କୁ ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା ଚିକିତ୍ସା କରାଯାଉଥିଲା । ବୁଧବାର ବାଜପେୟୀଙ୍କ ସ୍ୱାସ୍ଥ୍ୟବସ୍ଥାର ଗୁରୁତର ଅବନତି ଦେଖା ଦେବା ପରେ ସନ୍ଧ୍ୟାରେ ଏମ୍ସ ହସ୍ପିଟାଲରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କ ବ୍ୟତୀତ କେନ୍ଦମନ୍ତ୍ରୀ ସ୍ମୃତି ଇରାନୀ, ଗୃହମନ୍ତ୍ରୀ ରାଜନାଥ ସିଂ, ବିଜେପି ରାଷ୍ଟ୍ରୟ ଅଧ୍ୟକ୍ଷ ଅମିତ ଶାହା, ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରମୁଖ ଦିଲ୍ଲୀ ଏମ୍ସରେ ପହଞ୍ଚି ବାଜପାୟୀଙ୍କ ସ୍ୱାସ୍ଥ୍ୟ ସଂପର୍କିତ ଖବର ବୁଝିଛନ୍ତି ।
୯୩ ବର୍ଷିୟ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବିଜେପିର ବରିଷ୍ଠ ନେତା ବାଜପେୟୀ ଗତ ଜୁନ ୧୧ ତାରିଖ ଠାରୁ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଏହା ପୂର୍ବରୁ ମଧ୍ୟ ଅନେକ ଥର ପ୍ରଧାନମନ୍ତ୍ରୀ ମୋଦି ବାଜପାୟୀଙ୍କୁ ଦେଖିବା ପାଇଁ ଏମ୍ସ ଯାଇଛନ୍ତି । ବାଜପେୟୀଙ୍କୁ ସ୍ୱାସ୍ଥ୍ୟବସ୍ଥା ଅନେକ ଦିନ ଧରି ଅତ୍ୟନ୍ତ ଖରାପ ରହିଛି । ଡିମେନସିୟା ନାମକ ଏକ ରୋଗରେ ବାଜପେୟୀ ପୀଡିତ ଥିବା ଜଣାପଡିଛି । ୨୦୦୯ ମସିହାଠାରୁ ସେ ହ୍ୱିଲ ଚେୟାରରେ ଥିବା ଜଣାପଡିଛି ।
ନିକଟରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି । ସେ ହେଉଛନ୍ତି ଏକମାତ୍ର ଅଣ କଂଗ୍ରେସ ପ୍ରଧାନମନ୍ତ୍ରୀ ଯିଏ ପୂର୍ଣ୍ଣକାଳୀନ ସରକାର ଗଠନ କରିବାରେ ସକ୍ଷମ ହୋଇଛନ୍ତି । ଉତ୍ତର ପ୍ରଦେଶର ଲକ୍ଷ୍ନୌ ଲୋକସଭା ଆସନରୁ ବାରମ୍ବାର ବିଜୟୀ ହେବା ସହିତ ବାଜପେୟୀ ତିନି ଥର ଭାରତର ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଛନ୍ତି । ପ୍ରଥମ ଥର ୧୩ ଦିନ, ଦ୍ୱିତୀୟ ଥର ୧୩ ମାସ ଓ ତୃତୀୟ ଥର ପୂର୍ଣ୍ଣକାଳୀନ ସରକାର ଚଳାଇ ସେ ଅଣକଂଗ୍ରେସ ରାଜନୀତିର ଅନନ୍ୟ ଇତିହାସର ରଚିଛନ୍ତି। ଭାରତଛାଡ଼ ଆନ୍ଦୋଳନରେ ଜଡିତ ହୋଇ ଭାରତୀୟ ରାଜନୀତିରେ ପ୍ରବେଶ କରିଥିବା ଶ୍ରୀ ବାଜପେୟୀ ଜଣେ ବାଗ୍ମୀ ଓ କବି ଭାବେ ବେଶ ଜଣାଶୁଣା ।