କୋମାରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ସ୍ବାସ୍ଥ୍ୟାବସ୍ଥା ସ୍ଥିର

ନୂଆଦିଲ୍ଲୀ: ମସ୍ତିଷ୍କରେ ଅସ୍ତ୍ରୋପଚାର ହେବା ପରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥାବସ୍ଥା ଗୁରୁତର ରହିଥିବା ନେଇ ଖବର ପ୍ରକାଶ ପାଇଥିବା ବେଳେ ଏବେ ସେ କୋମାକୁ ଚାଲିଯାଇଥିବା ସୂଚନା ମିଳିଛି । ଏ ନେଇ ଦିଲ୍ଲୀର ଆର୍ମି ରିସର୍ଚ୍ଚ ଏବଂ ରେଫରାଲ୍‌ ହସ୍ପିଟାଲ୍ ପକ୍ଷରୁ ଏକ ବୁଲେଟିନ୍ ଜାରି କରାଯାଇଛି।ତାଙ୍କୁ ଏବେ ଭେଣ୍ଟିଲେଟର ସହାୟତାରେ ରଖାଯାଇଥିବା ବେଳେ ତାଙ୍କର ଶରୀରର ତାପମାତ୍ରା, ରକ୍ତଚାପ, ହୃଦସ୍ପନ୍ଦନ ଏବଂ ଶ୍ୱାସକ୍ରିୟା ସ୍ଥିର ରହିଥିବା ନେଇ ଚିକିତ୍ସା କରୁଥିବା ଡାକ୍ତର ସ୍ପଷ୍ଟ କରିଛନ୍ତି। ତେବେ ତାଙ୍କର ମୃତ୍ୟୁ ହୋଇଯାଇଥିବା ନେଇ ଚର୍ଚ୍ଚା ହେବା ପରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ-ଝିଅ ଟୁଇଟ୍ କରି ସେ ଜୀବିତ ଥିବା ସ୍ପଷ୍ଟ କରିଛନ୍ତି।

ସୂଚନା ମୁତାବକ, ନୂଆଦିଲ୍ଲୀର ଆର୍ମି ରିସର୍ଚ୍ଚ ଏବଂ ରେଫରାଲ୍‌ ହସ୍ପିଟାଲ୍‌ରେ ସୋମବାର ମସ୍ତିଷ୍କ ଅସ୍ତ୍ରୋପଚାର ପରେ ଭେଣ୍ଟିଲେଟର ସହାୟତାରେ ରହିଥିବା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ସ୍ୱାସ୍ଥାବସ୍ଥାରେ ଆଦୌ ଉନ୍ନତି ପରିଲକ୍ଷିତ ହୋଇନାହିଁ ବୋଲି ଗତକାଲି ଡାକ୍ତରଖାନା ପକ୍ଷରୁ କୁହାଯାଇଥିଲା। ବରଂ ବେଳୁ ବେଳ ତାହା ଅଧିକ ଖରାପ ହେଉଥିବାରୁ ତାଙ୍କୁ ଭେଣ୍ଟିଲେଟର ସହାୟତାରେ ରଖାଯାଇଥିବା କୁହାଯାଇଥିଲା। ଏକ ବିଶେଷଜ୍ଞ ଡାକ୍ତରୀ ଦଳ ତାଙ୍କ ସ୍ୱାସ୍ଥ୍ୟାବସ୍ଥାର ଅହରହ ନିରୀକ୍ଷଣରେ ରହିଥିବା ବେଳେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟତମ ଉନ୍ନତି ହୋଇ ନ ଥିବା ହସ୍ପିଟାଲ୍‌ ପକ୍ଷରୁ ସୂଚନା ଦିଆଯାଇଥିଲା।

Education is foundation for happiness and important as GDP of a ...
India TV

ଉଲ୍ଲେଖଯୋଗ୍ୟ, ଶ୍ରୀ ମୁଖାର୍ଜୀଙ୍କୁ ଗତ ଅଗଷ୍ଟ ୧୦ରେ ଦିଲ୍ଲୀ କ୍ୟାଣ୍ଟନମେଣ୍ଟରେ ଥିବା ଆର୍ମି ରିସର୍ଚ୍ଚ ଏବଂ ରେଫରାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଥିବା ଜଣାପଡ଼ିବା ପରେ ତାଙ୍କ ମସ୍ତିଷ୍କରେ ଅସ୍ତ୍ରୋପଚାର କରାଯାଇଥିଲା। ସୋମବାର ଅସ୍ତ୍ରୋପଚାର ପୂର୍ବରୁ ୮୪ ବର୍ଷୀୟ ଶ୍ରୀ ମୁଖାର୍ଜୀ କୋଭିଡ-୧୯ ପାଇଁ ମଧ୍ୟ ହୋଇଥିବା ପରୀକ୍ଷାରେ କରୋନା ପଜିଟିଭ୍‌ ଥିବା ଜଣା ପଡ଼ିଥିଲା। ଏବଂ ଏ ସଂପର୍କରେ ନିଜେ ଶ୍ରୀ ମୁଖାର୍ଜୀ ଟୁଇଟ୍‌ କରି ସୂଚନା ଦେଇଥିଲେ।

ସମ୍ବନ୍ଧିତ ଖବର