ବାସଭବନରେ ପହଞ୍ଚି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Advertisment

ଦିନ ୨ଟା ୩୦ମିନିଟରେ ହେବ ଅନ୍ତିମ ସଂସ୍କାର

ଦିନ ୨ଟା ୩୦ମିନିଟରେ ହେବ ଅନ୍ତିମ ସଂସ୍କାର

ବାସଭବନରେ ପହଞ୍ଚି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ANI

ନୂଆଦିଲ୍ଲୀ: ଗତକାଲି ପୂର୍ବତନ ରାଷ୍ଟ୍ରପତି ତଥା ବର୍ଷିୟାନ୍ କଂଗ୍ରେସ ନେତା ପ୍ରଣବ ମୁଖାର୍ଜୀଙ୍କର ଦିଲ୍ଲୀସ୍ଥିତ ଏକ ଡାକ୍ତରଖାନାରେ ଦେହାନ୍ତ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ତାଙ୍କର ପୁତ୍ର ଅଭିଜିତ୍ ମୁଖାର୍ଜ୍ଜୀ ଟୁଇଟ୍ କରି ଏହି ସୂଚନା ଦେଇଥିଲେ। ତେବେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଆଜି ଅନ୍ତିମ ବିଦାୟ ଦିଆଯିବ। ଦିଲ୍ଲୀର ଲୋଧି ଶ୍ମଶାନରେ ଅପରାହ୍ନ ୨ଟା ୩୦ମିନିଟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଏବେ ତାଙ୍କ ପାର୍ଥିବ ଶରୀରକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଶେଷ ଦର୍ଶନ ପାଇଁ ରାଜାଜୀ ମାର୍ଗସ୍ଥିତ ତାଙ୍କ ବାସଭବନରେ ରଖାଯାଇଛି |

ତାଙ୍କର ଶେଷ ଦର୍ଶନ ପାଇଁ ବିଭିନ୍ନ ଦଳର ନେତାଙ୍କ ସୁଅ ଛୁଟିଛି। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବାସଭବନକୁ ଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିବା ଜଣା ପଡ଼ିଛି। ମଧ୍ୟାହ୍ନ ୧୨ଟା ପରେ ଶେଷ ଦର୍ଶନ ଶେଷ ହେବା ସହ ରାଷ୍ଟ୍ରପତିଙ୍କ ପାର୍ଥିବ ଶରୀରକୁ ଅନ୍ତିମ ସଂସ୍କାର ପାଇଁ ନିଆଯିବ।

ସୂଚନା ମୁତାବକ, ଅଗଷ୍ଟ ୧୦ ତାରିଖ ଦିନ ଶ୍ରୀ ମୁଖାର୍ଜୀ ରାଜାଜୀ ମାର୍ଗସ୍ଥିତ ତାଙ୍କ ବାସଭବନରେ ପଡ଼ିଯାଇଥିଲେ। ଚିକିତ୍ସା ନିମନ୍ତେ ତାଙ୍କୁ ନୂଆ ଦିଲ୍ଲୀସ୍ଥିତ ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ପଡ଼ିବା ଯୋଗୁଁ ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଯାଇଥିଲା।  ରକ୍ତ ଟେଳାଟିକୁ ବାହାର କରିବାକୁ ମସ୍ତିଷ୍କରେ ଜଟିଳ ଅସ୍ତ୍ରୋପଚାର କରିବାକୁ ପଡ଼ିଥିଲା। ଏହାପରେ ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା ଓ ସେ ଗଭୀର କୋମା ଅବସ୍ଥାରେ ଥିଲେ। ଏହା ପରେ ଫୁସ୍‌ଫୁସ୍‌ ସଂକ୍ରମଣ କାରଣରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିଚାଲିଥିଲା। ମସ୍ତିଷ୍କ ସର୍ଜରୀ ପରେ ଭେଣ୍ଟିଲିଟରରେ ଥିବା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ସୋମବାର ସକାଳେ ଅବନତି ଘଟିଥିବା ବେଳେ ସନ୍ଧ୍ୟା ସମୟରେ ତାଙ୍କର ଦେହାନ୍ତ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe