ଶ୍ମଶାନ ଛାତ ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ ଆଜି ଏକ ବଡ଼ ଧରଣର ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଥିଲା। ଗାଜିଆବାଦରେ ଥିବା ଏକ ଶ୍ମଶାନର ଛାତ ଭୁଶୁଡ଼ିପଡ଼ିବାରୁ ଅନେକ ଲୋକ ମୃତହାତ ହୋଇଥିଲେ। ଘଟଣା ପରେ ପ୍ରଥମେ ୧୬ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଥିବା ବେଳେ ପରେ ଏହି ସଂଖ୍ୟା ୧୮କୁ ବୃଦ୍ଧି ପାଇଥିଲା। ଏବେ ଏହି ସଂଖ୍ୟା ବଢ଼ି ୨୩ରେ ପହଞ୍ଚିଥିବା ଜଣାପଡ଼ିଛି।  ଏହା ସହ ୩୮ଜଣଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଚାଲୁ ରହିଛି।

ଅନ୍ୟ ପକ୍ଷରେ ଏହି ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ଉତ୍ତରପ୍ରଦେଶର ମୁରାଦନଗରରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାକୁ ନେଇ ଅତ୍ୟନ୍ତ ଦୁଃଖିତ। ରାଜ୍ୟ ସରକାର ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ମୁଁ ସମବେଦନା ଜଣାଇବା ସହିତ ଆହତମାନଙ୍କୁ ଶୀଘ୍ର ସୁସ୍ଥ ହେବା ନେଇ ପ୍ରାର୍ଥନା କରୁଛି।

ପ୍ରଧାନମନ୍ତ୍ରୀଙ୍କ ପୂର୍ବରୁ, ରିଲିଫ୍ ଅପରେସନ୍ ଏବଂ ଘଟଣାର ରିପୋର୍ଟ ଦାଖଲ କରିବାକୁ ମୁଁ ଜିଲ୍ଲା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି। ଏହି ଘଟଣାରେ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ।

ସମ୍ବନ୍ଧିତ ଖବର