ପ୍ରତିଭାଙ୍କୁ ପଦ୍ମ ଭୂଷଣ, ପ୍ରମୋଦଙ୍କୁ ପଦ୍ମଶ୍ରୀ ପ୍ରଦାନ

ନୂଆଦିଲ୍ଲୀ : ସାହିତ୍ୟ ଓ ଶିକ୍ଷା କ୍ଷେତ୍ର ପାଇଁ ଡଃ ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ଏବଂ କ୍ରୀଡ଼ା କ୍ଷେତ୍ର ପାଇଁ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଭବନ ଦରବାର ହଲରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଏହି ଦୁଇ ଓଡ଼ିଆଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ମାନ ପ୍ରଦାନ କରିଥିଲେ।

୨୦୨୨ ମସିହା ପାଇଁ ଆଜି ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ବିତରଣ ସମାରୋହରେ ରାଷ୍ଟ୍ରପତି ମୋଟ ୭୪ ଜଣଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଷ୍ଟ୍ରପତିଙ୍କ ପତ୍ନୀ ସବିତା କୋବିନ୍ଦ, ଉପରାଷ୍ଟ୍ରପତି ଏମ୍‌ ଭେଙ୍କୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରୀ ଅମିତ ଶାହ, ବିଜେପି ଜାତୀୟ ସଭାପତି ଜେପି ନଡ୍ଡା, ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏନ୍‌ଭି ରମଣା ଓ ପ୍ରଧାନମନ୍ତ୍ରୀଙ୍କ ପ୍ରମୁ‌ଖ ସଚିବ ଡଃ ପିକେ ମିଶ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର