ନୂଆଦିଲ୍ଲୀ: ଚାଷୀଙ୍କ ପାଇଁ ଖୁସି ଖବର । ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍ କିଷାନ ଟଙ୍କା । ବିହାରରୁ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦୀ। ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ଆସିବ ୨ ହଜାର ଲେଖାଏ ଟଙ୍କା । ପିଏମ ମୋଦୀ ଡିବିଟି ଜରିଆରେ ୯.୫ କୋଟି ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ପଠାଇବେ ।
ସରକାର ଏହି କିସ୍ତି ପାଇଁ ୨୦ ହଜାର କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ କରିଛନ୍ତି। ପିଏମ କିଷାନ ଯୋଜନାରେ ଦେଶର କୃଷକଙ୍କୁ ଆର୍ଥିକ ସ୍ଥିରତା ପ୍ରଦାନ କରୁଛି । ପୂର୍ବରୁ ଯୋଜନାର ୧୮ତମ କିସ୍ତି ୨୦୨୪ ଅକ୍ଟୋବର ୫ରେ ମହାରାଷ୍ଟ୍ରରୁ ଜାରି କରିଥିଲେ ପ୍ରଧାନମନ୍ତ୍ରୀ । ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରୁଛନ୍ତି ସରକାର । ପ୍ରତ୍ୟେକ ୪ ମାସ ବ୍ୟବଧାନରେ ବାର୍ଷିକ ୩ କିସ୍ତିରେ କୃଷକଙ୍କ ଆକାଉଣ୍ଟକୁ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଉଛି । ‘ପିଏମ କିଷାନ’ ଯୋଜନା ହେଉଛି ଏକ କେନ୍ଦ୍ରୀୟ କୃଷି କଲ୍ୟାଣ ଯୋଜନା, ଯାହାକୁ ମୋଦୀ ସରକାର ୨୦୧୯ ଫେବ୍ରୁଆରିରେ ଆରମ୍ଭ କରିଥିଲେ । ସିଧାସଳଖ ବେନିଫିଟ ଟ୍ରାନ୍ସଫର ମୋଡରେ ଯୋଗ୍ୟ ଚାଷୀଙ୍କ ଖାତାକୁ ଏହି ରାଶି ହସ୍ତାନ୍ତର ହେଉଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/14/2025-07-14t130310706z-502487809_3832857453524870_6306522069312104664_n-2025-07-14-18-33-09.jpg)
/sambad/media/media_files/2025/02/24/10VGmkvwkoe9TeJS2Iay.jpg)