କଶ୍ମୀର ଯାଇଥିବା ବିରୋଧୀଦଳ ପ୍ରତିନିଧିମଣ୍ଡଳୀ ହତାଶ, ଏୟାରପୋର୍ଟରୁ ଫେରାଇ ଦେଲା ପ୍ରଶାସନ 

ଶ୍ରୀନଗର : ଧାରା ୩୭୦ ଉଠିବା ପରେ ଜମ୍ମୁ ଓ କଶ୍ମୀରର ସ୍ଥିତି ପରଖିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ଯାଇଥିବା ବିରୋଧୀଦଳ ପ୍ରତିନିଧିମଣ୍ଡଳୀକୁ ଆଜି ହଟହଟା ହେବାକୁ ପଡିଛି । ଶ୍ରୀନଗର ଏୟାରପୋର୍ଟରୁ ହିଁ ସେମାନଙ୍କୁ ଫେରାଇ ଦେଇଛି ଜମ୍ମୁ ଓ କଶ୍ମୀର ପ୍ରଶାସନ । ସୁରକ୍ଷା କାରଣରୁ ସେମାନଙ୍କୁ ଫେରାଇ ଦିଆଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଏହି ପ୍ରତିନିଧିମଣ୍ଡଳୀରେ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ, ଆନନ୍ଦ ଶର୍ମା, ସିପିଆଇର ଡି.ରାଜା,ସିପିଏମର ସୀତାରାମ ୟେଚୁରୀ, ଏନସିପିର ମାଜିଦ ମେମନ ଓ ଆରଜେଡିର ମନୋଜ ଝାଙ୍କ ସମେତ ମୋଟ ୧୧ ଜଣ ବିରୋଧୀଦଳ ନେତା ସାମିଲ ଥିଲେ । ଏହା ପୂର୍ବରୁ  ଜମ୍ମୁ ଓ କଶ୍ମୀର ପ୍ରଶାସନ ସେମାନଙ୍କୁ  ରାଜ୍ୟ ଭ୍ରମଣରେ ଯିବାପାଇଁ ବାରଣ କରଥିଲା । କିନ୍ତୁ ସେମାନେ ତାହାକୁ ନମାନି ଶ୍ରୀନଗର ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଶାସନ ସେମାନଙ୍କୁ ଅଟକ ରଖାଯିବା ସହ ଗଣମାଧ୍ୟମ କର୍ମୀମାନଙ୍କୁ ଭେଟିବାକୁ ଦେଇନଥିଲା । ଜମ୍ମୁ ଓ କଶ୍ମୀର ପ୍ରଶାସନ ପକ୍ଷରୁ କୁହାଯାଇଛି ରାଜ୍ୟରେ ଧୀରେ ଧାରେ ସ୍ୱାଭାବିକ ଅବସ୍ଥା ଫେବୁଛି ।

 

ସମ୍ବନ୍ଧିତ ଖବର