ନେତାଜୀଙ୍କ ଜୟନ୍ତୀରେ କଟକରେ ଭବ୍ୟ କାର୍ଯ୍ୟକ୍ରମ

Advertisment
ନେତାଜୀଙ୍କ ଜୟନ୍ତୀରେ କଟକରେ ଭବ୍ୟ କାର୍ଯ୍ୟକ୍ରମ

News For Public

ନୂଆଦିଲ୍ଲୀ : ଚଳିତବର୍ଷ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଦେଶ ଓ ବିଦେଶରେ ପାଳନ କରିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଦ୍ବାରା ନେତାଜୀଙ୍କ ଜନ୍ମସ୍ଥାନ କଟକରେ ଏକ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ ବୋଲି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ। ନେତାଜୀଙ୍କ ଜନ୍ମଗ୍ରହଣ କରିବା ତଥା ଅଧ୍ୟୟନ କରିଥିବା ଦୃଷ୍ଟିରୁ କଟକକୁ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମବାର୍ଷିକୀ ତାଲିକାରେ ସାମିଲ କରାଯାଇଛି।

ଉଲ୍ଲେଖଯୋଗ୍ୟ, ନେତାଜୀଙ୍କ ୧୨୫ତମ ଜୟନ୍ତୀ ଆଡ଼ମ୍ବର ସହକାରେ ପାଳନ କରିବା ପାଇଁ ଚଳିତ ମାସ ୯ ତାରିଖରେ କେନ୍ଦ୍ର ସରକାରଙ୍କ ଦ୍ବାରା ଗଠନ କରାଯାଇଥିବା କମିଟିରେ ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କଟକର ସାଂସଦ ଭର୍ତ୍ତୃହରି ମହତାବ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe