ଗୁଜରାଟ: ବିଜେପିର ତାରକା ପ୍ରଚାରକ ତାଲିକାରେ ଗଡ଼କରୀ, ନଡ୍ଡା, ରୁପାନୀ
ନୂଆଦିଲ୍ଲୀ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ହୋଇଛି। ଗୁଜରାଟ ପାଇଁ ବିଜେପି ଆଜି ଏହାର ତାରକା ପ୍ରଚାରକ ତାଲିକା ଜାରି କରିଛି। ବିଜେପିର ତାରକା ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ମୁଖ୍ୟ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ , ନୀତିନ ଗଡ଼କରୀ ଅଛନ୍ତି। ସେହିପରି ଗୁଜରାଟ ବିଜେପି ମୁଖ୍ୟ ସିଆର ପାଟିଲ, ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ, କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ନାମ ମଧ୍ୟ ତାଲିକାରେ ଅଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ଏବଂ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ ତାରକା ପ୍ରଚାରକ ତାଲିକାରେ ଅଛନ୍ତି।