Image Courtesy of Zee News
ନୂଆଦିଲ୍ଲୀ : ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟ (ଜେଏନ୍ୟୁ) ପରିସରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଜବତ କରିଛି ପୁଲିସ। ମୃତ ବ୍ୟକ୍ତିଙ୍କ ବୟସ ୪୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଶବଟି ଗଳିତ ଅବସ୍ଥାରେ ଥିବାରୁ କିଛି ଦିନ ପୂର୍ବେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ପୁଲିସ ଅନୁମାନ କରୁଛି। ଦିଲ୍ଲୀ ପୁଲିସର ଫରେନସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ନାହିଁ।
  
 Follow Us