ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ଇସ୍ତଫା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣ ହେବାକୁ ଯାଉଥିବା ବେଳେ ଏବେ ନିଜ ପଦରୁ ଇସ୍ତଫା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ | ହର୍ଷ ବର୍ଦ୍ଧନଙ୍କ ପୂର୍ବରୁ ଅସୁସ୍ଥତା କାରଣରୁ କ୍ୟାବିନେଟରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଥିବା ରମେଶ ପୋଖରୀଆଲ ନିଶଙ୍କଙ୍କୁ ପଦରୁ ହଟାଇ ଦିଆଯାଇଛି | ଏହା ସହ ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗୱାର କେନ୍ଦ୍ର କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି।

ରାଜ୍ୟ ଶିକ୍ଷା, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ସଞ୍ଜୟ ଧୋତରେ ମଧ୍ୟ ପଦରୁ ଇସ୍ତଫା ଦେଇଛନ୍ତି | ସେହିଭଳି କର୍ଣ୍ଣାଟକର ରାଜ୍ୟପାଳ-ନିଯୁକ୍ତ ଥାୱରଚାନ୍ଦ ଗେହଲୋଟ୍ ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି | ସେ ନିଜ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷ ଏମ ଭେଙ୍କୟା ନାଇଡୁଙ୍କୁ ଦାଖଲ କରିଥିବା ବେଳେ ଅଧ୍ୟକ୍ଷ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି । କେନ୍ଦ୍ର କେମିକାଲ୍ସ ଏବଂ ଫର୍ଟିଲାଇଜର୍ସ ମନ୍ତ୍ରୀ ଡି.ଭି ସଦାନନ୍ଦ ଗୌଡା କହିଛନ୍ତି ଯେ ସେ କେନ୍ଦ୍ର ମନ୍ତ୍ରୀ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏହା ସହ ରାଷ୍ଟ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ ମଧ୍ୟ ଇସ୍ତଫା ଦେଇଥିବା ଜଣାପଡ଼ିଛି |

ସମ୍ବନ୍ଧିତ ଖବର