ଭିନେଶଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ହରିଆଣା ସରକାର

Advertisment
ଭିନେଶଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ହରିଆଣା ସରକାର

ନୂଆଦିଲ୍ଲୀ: ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କୁ ନେଇ ହରିଆଣା ସରକାରଙ୍କ ବଡ଼ ଘୋଷଣା। ଭିନେଶଙ୍କୁ ପଦକ ବିଜେତାର ସମସ୍ତ ସମ୍ମାନ ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି। ଏନେଇ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଲେ ହରିଆଣା ମୁଖ୍ୟମନ୍ତ୍ରୀ। ଭିନେଶଙ୍କୁ ସମସ୍ତ ସମ୍ମାନ, ପୁରସ୍କାର, ସୁବିଧା ପ୍ରଦାନ କରାଯିବ। ଅଲିମ୍ପିକ୍ସ ରୌପ୍ୟ ବିଜେତା ଭାବେ ସରକାର ଭିନେଶଙ୍କୁ ସମ୍ମାନୀତ କରିବେ ବୋଲି ଘୋଷଣା କରିଛନ୍ତି।

ପ୍ୟାରିସ ଅଲିମ୍ପିକ୍ସରେ ନିଶ୍ଚିତ ରୌପ୍ୟ ପାଇଁ ସ୍ଥାନ ପକ୍କା କରିଥିବା ଏବଂ ସ୍ୱର୍ଣ୍ଣ ହାସଲ ପାଇଁ ଆଶା ବାନ୍ଧିଥିବା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଗତକାଲି ନିରାଶ ହେବା ପରେ କୁସ୍ତିରୁ ସନ୍ୟାସ ନେଇଛନ୍ତି। ଏହି ଅପ୍ରତ୍ୟାଶିତ ବିଫଳତା ପରେ କୁସ୍ତି ଜଗତରୁ ସବୁଦିନ ପାଇଁ ଭିନେଶ ବିଦାୟ ନେଇଛନ୍ତି।

ଗତକାଲିର ଘଟଣା ପରେ ଭିନେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ଭାବବିହ୍ୱଳ ପୋଷ୍ଟ ସେୟାର କରିଛନ୍ତି। ସେ କହିଛନ୍ତି ‘କୁସ୍ତି ଜିତିଗଲା, ଆଉ ମୁଁ ହାରିଗଲି’, ଭାଙ୍ଗିଗଲା ଦେଶବାସୀଙ୍କ ସ୍ୱପ୍ନ ଓ ମୋର ସାହସ। ମୋତେ କ୍ଷମା କରିବେ, ଆପଣଙ୍କର ସ୍ୱପ୍ନ, ମୋର ସାହସ ସବୁ ଭାଙ୍ଗିଗଲା, ମୋର ଆଉ ଅଧିକ ଶକ୍ତି ନାହିଁ। ବିଦାୟ କୁସ୍ତି ୨୦୦୧-୨୦୨୪, କ୍ଷମା କରିବେ, ମୁଁ ସମସ୍ତଙ୍କ ପାଖରେ ସର୍ବଦା ଋଣି ରହିବି।’

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe