ଭାରତରେ ୫,୮୬୫ରେ ପହଁଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୪୭୭ସୁସ୍ଥ, ୧୬୯ ମୃତ

Advertisment
ଭାରତରେ ୫,୮୬୫ରେ ପହଁଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୪୭୭ସୁସ୍ଥ, ୧୬୯ ମୃତ

BBC

ନୂଆଦିଲ୍ଲୀ: ବର୍ତ୍ତମାନ ସୁଦ୍ଧା ସମଗ୍ର ଦେଶରେ ମୋଟ ୫,୮୬୫ଜଣ କରୋନା ଭାଇରସ୍‌ ବା କୋଭିଡ୍‌-୧୯ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ତେବେ, ଏହି ଆକ୍ରାନ୍ତମାନଙ୍କ ମଧ୍ୟରୁ ୪୭୭ ଜଣ କରୋନାରୁ ଆରୋଗ୍ୟ ଲାଭ କରି ହସ୍ପିଟାଲରୁ ନିଜ ନିଜ ଘରକୁ ଫେରି ଯାଇଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି | ସେହିପରି ସମଗ୍ର ଦେଶରେ ବର୍ତ୍ତମାନ ସୁଦ୍ଧା ୧୬୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବର୍ତ୍ତମାନ ଦେଶରେ ୫,୨୧୮ଟି ସକ୍ରିୟ ମାମଲା ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

know delhi government Arvind kejriwal planning to fight against ... www.jagran.com

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାର ମୁକାବିଲାକୁ ଆହୁରି ଦୃଢ଼ ଓ ତ୍ୱରାନ୍ଵିତ କରିବା ପାଇଁ ଗୋଟିଏ ମନ୍ତ୍ରୀ ଗୋଷ୍ଠୀ ସହ ୧୦ଟି ଉଚ୍ଚ କ୍ଷମତା ସଂପନ୍ନ କେନ୍ଦ୍ରୀୟ କମିଟି କେନ୍ଦ୍ର ସରକାର ଗଠନ କରିଥିବା ଦୈନିକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ଵାଲ। ତେବେ କରୋନା ମୁକାବିଲା ପାଇଁ ଆଜି ବିଶ୍ୱ ମହାମାରୀ ବିରୋଧରେ ଲଢ଼େଇକୁ ଦୃଢ କରିବା ପାଇଁ କେନ୍ଦ୍ର ସରକାର ୧୫,୦୦୦ କୋଟି ଟଙ୍କାର ଜରୁରୀକାଳୀନ ପାଣ୍ଠିକୁ ଅନୁମୋଦନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଏହି ରିଲିଫ୍ ପ୍ୟାକେଜ୍ ଗୁଡିକ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯିବ ସହ ଏହି ପ୍ୟାକେଜ୍ ଗୁଡିକ ତିନିଟି ପର୍ଯ୍ୟାୟରେ କାର୍ଯ୍ୟକାରୀ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe