ୟୁପିରେ ପ୍ରବଳ ବର୍ଷା, କାନ୍ଥ ଭୁଶୁଡ଼ି ୧୩ ମୃତ

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଯୋଗୁଁ କାନ୍ଥ ଭୁଶୁଡ଼ି ୧୩ ଜଣଙ୍କ ମୃତ୍ୟୁ ହୋଇଛି। ରାଜ୍ୟ ରାଜଧାନୀ ଲକ୍ଷ୍ନୌରେ ସେନାର ଏକ ନିର୍ମାଣାଧୀନ ପାଚେରି କାନ୍ଥ ଭୁଶୁଡ଼ି ପଡ଼ିବା ଫଳରେ ୯ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଜଣେ ଆହତ ହୋଇଛନ୍ତି। ଉନ୍ନାଓ ଜିଲ୍ଲାରେ କାନ୍ଥ ଭୁଶୁଡ଼ି ପଡ଼ିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଛି।

ଜିଲ୍ଲାପାଳ ସୂର୍ଯ୍ୟପାଲ୍‌ ଗଙ୍ଗୱାର କହିଛନ୍ତି, ଆହତଙ୍କୁ ଡାକ୍ତର ଶ୍ୟାମା ପ୍ରସାଦ ମୁଖାର୍ଜୀ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ମୃତକମାନେ
ଝାନ୍‌ସୀ ଜିଲ୍ଲାର ବୋଲି ଜଣାପଡ଼ିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବ୍ରଜେଶ ପାଠକ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି।

ସମ୍ବନ୍ଧିତ ଖବର