କୋଭିଡ୍-୧୯ର ସ୍ଥିତି ସମୀକ୍ଷା ପାଇଁ ଉଚ୍ଚସ୍ତରୀୟ ବୈଠକ

ଦିନକରେ ୫୧୫ କରୋନା ପଜିଟିଭ୍, ଜଣେ ମୃତ

India.com

ନୂଆଦିଲ୍ଲୀ : ନିକଟରେ ସମଗ୍ର ଭାରତରେ କୋଭିଡ୍-୧୯ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଦେଶରେ ଏହାର ସ୍ଥିତି ଆକଳନ ଲାଗି ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର ଅଧ୍ୟକ୍ଷତା କରିଥିଲେ। କୋଭିଡ-୧୯ ସଂକ୍ରମଣକୁ ପ୍ରତିହତ କରିବା ଲାଗି ସ୍ୱାସ୍ଥ୍ୟ ଭିତ୍ତିଭୂମି ଯଥା ଲଜିଷ୍ଟିକ୍ସ, ଔଷଧ, ଟିକାକରଣ ଅଭିଯାନର ସ୍ଥିତି ଏବଂ ପ୍ରସ୍ତୁତିର ସମୀକ୍ଷା ସହିତ ଆବଶ୍ୟକ ପଦକ୍ଷେପ ଗ୍ରହଣ ଉପରେ ସେ ଗୁରୁତ୍ୱ ଦେଇଥିଲେ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ରାଜେଶ ଭୂଷଣଙ୍କ ଦ୍ୱାରା ବିଶ୍ୱର କୋଭିଡ୍-୧୯ ପରିସ୍ଥିତି ଉପରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ସେ ଦର୍ଶାଇଥିଲେ ଯେ, ଭାରତରେ କୋଭିଡ୍-୧୯ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ୮ଟି ରାଜ୍ୟ (କେରଳ, ଦିଲ୍ଲୀ, ମହାରାଷ୍ଟ୍ର, ହରିଆନା, ଉତ୍ତରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ ଏବଂ ରାଜସ୍ଥାନ)ରେ ଅଧିକାଂଶ ମାମଲା ଦେଖାଦେଇଛି। ଏହି ୮ଟି ରାଜ୍ୟରେ ହାରାହାରି ୯୨ ପ୍ରତିଶତ ଆକ୍ରାନ୍ତ ଘରେ ରହି ଚିକିତ୍ସିତ ହେଉଥିବା ଦର୍ଶାଯାଇଥିଲା। ପରିସ୍ଥିତି ପ୍ରତି ସଜାଗ ରହିବାକୁ ଏବଂ କୋଭିଡ୍-୧୯ ବ୍ୟାପିବାକୁ ରୋକିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଡ. ମିଶ୍ର ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ବୈଠକରେ କ୍ୟାବିନେଟ୍‍ ସଚିବ ରାଜୀବ ଗୌବା, ନୀତି ଆୟୋଗ ସଦସ୍ୟ ଡ. ବିନୋଦ ପଲ, ଅର୍ଥ ସଚିବ ଟି.ଭି. ସୋମନାଥନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ରାଜେଶ ଭୂଷଣ, ଫାର୍ମାସ୍ୟୁଟିକାଲ ସଚିବ ଏସ୍. ଅପର୍ଣ୍ଣା, ବେସାମରିକ ବିମାନ ଚଳାଚଳ ସଚିବ ରାଜୀବ ବଂଶଲ, ଆୟୁଷ ସଚିବ ରାଜେଶ କୋଟେଚା, ଡିଏଚ୍‌ଆର୍‌ ସଚିବ ତଥା ଆଇସିଏମ୍‌ଆର୍‌ ମହାନିର୍ଦ୍ଦେଶକ ରାଜୀବ ଭାଲ, ବାୟୋଟେକ୍ନୋଲୋଜି ସଚିବ ରାଜେଶ ଏସ୍ ଗୋଖଲେ ଏବଂ ସୂଚନା ଓ ପ୍ରସାରଣ ସଚିବ ଅପୂର୍ବ ଚନ୍ଦ୍ରା ପ୍ରମୁଖ ଯୋଗ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe