କାବୁଲରୁ ୧୨୦ଭାରତୀୟ ଦୂତାବାସ କର୍ମଚାରୀଙ୍କୁ ନେଇ ଗୁଜୁରାଟରେ ଅବତରଣ କଲା ସି-୧୭ ଏୟାରକ୍ରାଫ୍ଟ

ନୂଆଦିଲ୍ଲୀ: କାବୁଲରୁ ଭାରତୀୟ ଦୂତାବାସ କର୍ମଚାରୀଙ୍କୁ ନେଇ ଗୁଜୁରାଟରେ ଅବତରଣ କଲା ଭାରତୀୟ ବାୟୁସେନାର ସି-୧୭ ଏୟାରକ୍ରାଫ୍ଟ। ବିମାନଟି ଜାମନଗରରେ ଅବତରଣ କରିଥିବା ଜଣାପଡ଼ିଛି। ଅବତରଣ ପରେ ବିମାନ ଭିତରର ଫଟୋ ଏବେ ସାମ୍ନାକୁ ଆସିଛି।

କର୍ମଚାରୀମାନଙ୍କୁ ଗତକାଲି ବିଳମ୍ବିତ ରାତିରେ କାବୁଲ ବିମାନବନ୍ଦରର ସୁରକ୍ଷିତ ଅଞ୍ଚଳ ଭିତରକୁ ଅଣାଯାଇଥିଲା। ଏହା ପରେ ସେମାନଙ୍କୁ ବିମାନ ଯୋଗେ ଭାରତ ଅଣାଯିବାର ଯୋଜନା କରାଯାଇଛି। ଆଜି ସେମାନଙ୍କୁ ସି-୧୭ ଏୟାରକ୍ରାଫ୍ଟ ଯୋଗେ ଭାରତ ଅଣାଯାଇଥିବା ବେଳେ ଏବେ ବି କାବୁଲରେ ପାଖାପାଖି ୫୦୦ରୁ ଅଧିକ ଲୋକ ଫସି ରହିଥିବା ଜଣାପଡ଼ିଛି । ସେମାନଙ୍କୁ ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ୩୦୦ରୁ ୪୦୦ ଆଇଟିବିପି ଯବାନ ଆଫଗାନିସ୍ତାନରେ ପହଞ୍ଚିଛନ୍ତି।

indiatoday.in

ସେପଟେ ଆଫଗାନିସ୍ତାନ ସଙ୍କଟ ନେଇ ଆମେରିକା ବିଦେଶ ମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ଏସ୍.ଜୟଶଙ୍କର । ଆଫଗାନିସ୍ତାନର ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ଭିସା ନିୟମରେ ପରିବର୍ତ୍ତନ କରାଯାଇଛି । ଏବେ ଇ ଏମରଜେନ୍ସି ଏକ୍ସ-ମିସ୍କ ଭିସା ତିଆରି ହୋଇଛି । ଏହା ମାଧ୍ୟମରେ ତାଲିବାନ ନିୟନ୍ତ୍ରିତ ଦେଶ ଆଫଗାନିସ୍ତାନକୁ ଛାଡିବାକୁ ଚାହୁଁଥିବା ଲୋକେ ଭିସା ପାଇଁ ଶୀଘ୍ର ଆବେଦନ କରି ଶୀଘ୍ର ଭିସା ପାଇପାରିବେ।

ସମ୍ବନ୍ଧିତ ଖବର