Image Courtesy of Zee News
ନୂଆଦିଲ୍ଲୀ: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳ ସମେତ ଉତ୍ତର ଓ ଉତ୍ତରପୂର୍ବ ଭାରତରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ରୁ ଜଣାପଡ଼ିଛି।
ସୋମବାର ଦିନ ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ ଏବଂ ରାଜସ୍ଥାନ ଭଳି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବିହାର ପଶ୍ଚିମବଙ୍ଗ, ସିକିମ, ଅରୁଣାଚଳ ପ୍ରଦେଶ, ଆସାମ ଏବଂ ମେଘାଳୟରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।
Image Courtesy of Hindustan Timesସୋମବାର ଦିନ ଝାଡ଼ଖଣ୍ଡ, ଓଡ଼ିଶା, ପୂର୍ବ ମଧ୍ୟପ୍ରଦେଶ, ଛତିଶଗଡ଼, ଅରୁଣାଚଳ ପ୍ରଦେଶ, ଆସାମ, ମେଘାଳୟ, ନାଗାଲାଣ୍ଡ୍, ମଣିପୁର, ମିଜୋରାମ, ତ୍ରିପୁରା, ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ପୁଦ୍ଦୁଚେରୀର କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ।
କିନ୍ତୁ, ମଙ୍ଗଳବାର ଦିନ ଜମ୍ମୁ ଓ କଶ୍ମୀର, ଲଦାଖ, ହିମାଚଳ ପ୍ରଦେଶ, ହରିୟାଣା, ଚଣ୍ଡିଗଡ଼, ବିହାର, ଝାଡ଼ଖଣ୍ଡ, ଓଡ଼ିଶା, ଆଣ୍ଡାମାନ ଏବଂ ନିକୋବର ଦ୍ବୀପପୁଞ୍ଜ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଏବଂ କେରଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।
ବିହାର ଓ ଆସାମରେ ବନ୍ୟା ପରିସ୍ଥିତି ଭୟାବହ ହୋଇଥିବା ବେଳେ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ପରିସ୍ଥିତି ଆହୁରି କଦର୍ଯ୍ୟ ହୋଇପାରେ ବୋଲି ଆଶଙ୍କା କରାଯାଉଛି।
Follow Us