ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ପୁରୀ ବେଳାଭୂମିରେ ନୌସେନା ଦିବସ ସମାରୋହରେ ଯୋଗ ଦେବା ସହିତ ଭାରତୀୟ ନୌସେନା ଦ୍ୱାରା ଆୟୋଜିତ ସମରକୌଶଳ ପ୍ରଦର୍ଶନ ଦେଖିଛନ୍ତି। ଏହି ଅବସରରେ ଅଭିଭାଷଣ ପ୍ରଦାନ କରି ରାଷ୍ଟ୍ରପତି ନୌସେନା ଦିବସ ଅବସରରେ ଭାରତୀୟ ନୌସେନାର ସମସ୍ତ ଯବାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ଆଜି ଡିସେମ୍ବର ୪ ତାରିଖରେ ଆମେ ୧୯୭୧ ଯୁଦ୍ଧରେ ଆମର ଗୌରବମୟ ବିଜୟର ସ୍ମୃତିକୁ ପାଳନ କରୁଛୁ ଏବଂ ମାତୃଭୂମିର ରକ୍ଷା ପାଇଁ ନୌସେନା କର୍ମଚାରୀଙ୍କ ନିଃସ୍ୱାର୍ଥପର ସେବା ଏବଂ ସର୍ବୋଚ୍ଚ ବଳିଦାନକୁ ସ୍ମରଣ କରୁଛୁ। ଭାରତୀୟ ନୌସେନାର ସମସ୍ତ ଯବାନଙ୍କ ନିକଟରେ ଭାରତ କୃତଜ୍ଞ ଏବଂ ସମ୍ମାନ ଓ ସାହସର ସହ ଦେଶ ସେବା କରିଥିବାରୁ ପ୍ରତ୍ୟେକ ଭାରତୀୟ ସେମାନଙ୍କୁ ଆଜି ଅଭିନନ୍ଦନ ଜଣାଉଛନ୍ତି ।

Advertisment

ଏହି ଖବର ପଢ଼ନ୍ତୁ: ହିନ୍ଦୁଙ୍କ ଉପରେ ଆକ୍ରମଣକୁ ନେଇ ଆମେରିକା ଚିନ୍ତିତ

ରାଷ୍ଟ୍ରପତି କହିଥିଲେ ଯେ ଭାରତର ଭୌଗଳିକ ସ୍ଥିତି ଆମକୁ ଏକ ମହାନ ସାମୁଦ୍ରିକ ରାଷ୍ଟ୍ର ହେବା ପାଇଁ ଆବଶ୍ୟକ ସମସ୍ତ ଉପାଦାନ ପ୍ରଦାନ କରିଛି। ସୁଦୀର୍ଘ ସମୁଦ୍ର କୂଳ, ଦ୍ୱୀପାଞ୍ଚଳ, ସମୁଦ୍ରରେ ଯାତ୍ରା କରୁଥିବା ଜନସଂଖ୍ୟା ଏବଂ ବିକଶିତ ସାମୁଦ୍ରିକ ଭିତ୍ତିଭୂମି ୫,୦୦୦ ବର୍ଷ ପୂର୍ବରୁ ଭାରତର ଉପକୂଳ ଏବଂ ସାମୁଦ୍ରିକ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିଥିଲା। ଏକ ସମୃଦ୍ଧ ସାମୁଦ୍ରିକ ଐତିହ୍ୟ ଓ ଇତିହାସର ସ୍ମୃତିକୁ ବହନ କରିବା ଏବଂ ସମ୍ଭାବନାପୂର୍ଣ୍ଣ ଭବିଷ୍ୟତର ଆଶା ନେଇ ଆଗକୁ ବଢ଼ିବା ସହିତ ଭାରତ ଏକ ଦୃଢ଼ ସାମୁଦ୍ରିକ ରାଷ୍ଟ୍ର ପାଲଟିଛି।

ଏହି ଖବର ପଢ଼ନ୍ତୁ: ବୃଦ୍ଧାଙ୍କୁ ହାଣି ୩ ଅଭିଯୁକ୍ତ ଗିରଫ

publive-image

ଆମର ସୌଭାଗ୍ୟ, ଗୌରବ ଏବଂ ପରିଚୟ ସାଗର ଦ୍ୱାରା ପରିଭାଷିତ ହୋଇଥାଏ। ୨୦୪୭ ସୁଦ୍ଧା ଆମକୁ ବିକଶିତ ଭାରତରେ ପରିଣତ କରିବା ପାଇଁ ଭାରତୀୟ ନୌସେନା ସାମୁଦ୍ରିକ ନିରାପତ୍ତା ସୁନିଶ୍ଚିତ କରିବା ଜାରି ରଖିବ ବୋଲି ସେ ଦୃଢ଼ ବିଶ୍ୱାସ ବ୍ୟକ୍ତ କରିଥିଲେ।

-ଦ୍ରୌପଦୀ ମୁର୍ମୁ, ରାଷ୍ଟ୍ରପତି

ଏହି ଖବର ପଢ଼ନ୍ତୁ: ଚକ୍ରବ୍ୟୁହ ଭାଙ୍ଗିଲେ ଆଧୁନିକ ଅଭିମନ୍ୟୁ ଫଡନାଭିସ୍

navy2

‘ନାରୀ ଶକ୍ତି’କୁ ଉପଯୁକ୍ତ ଅଭିବୃଦ୍ଧିର ସୁଯୋଗ ପ୍ରଦାନ କରିବାରେ ନୌସେନାର ଅଗ୍ରଣୀ ପ୍ରୟାସକୁ ରାଷ୍ଟ୍ରପତି ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ପ୍ରଥମ ସେନା ବିଭାଗ ରୂପେ ନୌସେନା ମହିଳା ଅଗ୍ନିବୀରମାନଙ୍କୁ ସାମିଲ କରିଥିଲା। ଦୁଇ ଜଣ ମହିଳା ନୌସେନା ଅଧିକାରୀ ଲେଫ୍ଟନାଣ୍ଟ କମାଣ୍ଡର ଦିଲନା କେ ଏବଂ ଲେଫ୍ଟନାଣ୍ଟ କମାଣ୍ଡର ରୂପା ‘ନାଭିକ ସାଗର ପରିକ୍ରମା-୨’ର ଅଂଶବିଶେଷ ଭାବରେ ଆଇଏନଏସଭି ତାରିଣୀରେ ବିଶ୍ୱ ପରିକ୍ରମା କରି ଏହି ନୂଆ ପରିବର୍ତ୍ତିତ ଧାରାର ସର୍ବୋତ୍ତମ ଉଦାହରଣ ପ୍ରଦାନ କରିଛନ୍ତି। 

ଏହି ଖବର ପଢ଼ନ୍ତୁ: ଅନୁପ୍ରବେଶ ରୋକିବାରେ ନୌସେନା ପ୍ରଶଂସନୀୟ ଭୂମିକା ତୁଲାଉଛି