ବିଦେଶକୁ କରୋନା ଟିକା ରପ୍ତାନୀ କଲା ଭାରତ

ପ୍ରଥମ ପର୍ଯ୍ୟାୟରେ ବ୍ରାଜିଲ, ମରକ୍କୋ, ଦକ୍ଷିଣ ଆଫ୍ରିକା, ସାଉଦି ଆରବ, ବାଲାଂଦେଶ ଓ ମିଆଁମାରକୁ ପଠାଯାଇଛି ଟିକା

ନୂଆଦିଲ୍ଲୀ: ବିଦେଶକୁ କରୋନା ଟିକା ରପ୍ତାନୀ କଲା ଭାରତ । ବ୍ରାଜିଲ, ମରକ୍କୋ, ଦକ୍ଷିଣ ଆଫ୍ରିକା, ସାଉଦି ଆରବ, ବାଲାଂଦେଶ ଓ ମିଆଁମାରକୁ ବ୍ୟବସାୟିକ ଭିତ୍ତିରେ କରୋନା ଟିକା ପଠାଯାଇଛି । ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଆଷ୍ଟ୍ରାଜେନେକା ଦ୍ୱାରା ପ୍ରସ୍ତୁତ ଓ ଭାରତର ସେରମ ଇନଷ୍ଟିଚ୍ୟୁଟରେ ଉତ୍ପାଦିତ କୋଭିସିଲ୍ଡ କରୋନା ଟିକା ଅନ୍ୟ ଦେଶକୁ ପଠାଯାଉଛି । ବିଶ୍ୱର ସର୍ବାଧିକ ଟିକା ପ୍ରସ୍ତୁତକାରୀ କମ୍ପାନୀ ସେରମ ଇନଷ୍ଟିଚ୍ୟୁଟକୁ ଏହି କୋଭିସିଲ୍ଡ ଟିକା ଯୋଗାଇବା ପାଇଁ ବିଭିନ୍ନ ଦେଶରୁ କାର୍ଯ୍ୟାଦେଶ ମିଳିଛି ।

ପ୍ରଥମ ପର୍ଯ୍ୟାୟରେ ବ୍ରାଜିଲ, ମରକ୍କୋ, ଦକ୍ଷିଣ ଆଫ୍ରିକା, ସାଉଦି ଆରବ, ବାଲାଂଦେଶ ଓ ମିଆଁମାରକୁ ଟିକା ପଠାଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଶ୍ରୀଲଙ୍କା ଓ ଆଫଗାନିସ୍ତାନକୁ ମଧ୍ୟ ଭାରତରେ ନିର୍ମିତ ଟିକା ପଠାଯିବାର ଅଛି । ଏ ନେଇ ସୂଚନା ଦେଇଛନ୍ତି ବିଦେଶ ବ୍ୟାପାର ମନ୍ତ୍ରାଳୟ ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ ।

ସମ୍ବନ୍ଧିତ ଖବର