ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୭୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୭୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଳୀ:  ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୭୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗତକାଲି  ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୫୧୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯ ମୃତ୍ୟୁ ରେକର୍ଡ କରାଯାଇଥିଲା। କାଲି ଅପେକ୍ଷା ଆଜି ସଂକ୍ରମଣ ସଂଖ୍ୟା ସାମାନ୍ୟ କମ୍‌ ହୋଇଥିବାରୁ ଲୋକେ ଆଶ୍ବସ୍ତ ହୋଇଛନ୍ତି।

ନୂତନ ସଂକ୍ରମଣକୁ ମିଶାଇ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୪, ୩୧, ୮୫, ୦୪୯ରେ ପହଞ୍ଚିଛି। ସକ୍ରିୟ ମାମଲା ୨୬, ୯୭୬କୁ ବୃଦ୍ଧି ପାଇଛି। ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୫,୨୪, ୭୦୮ରେ ପହଞ୍ଚିଛି।

ଦେଶରେ ଦୈନିକ ପଜିଟିଭ୍‌ ହାର ୧.୨୧ ରହିଥିବା ବେଳେ ସାପ୍ତାହିକ ପଜିଟିଭ୍‌ ହାର ରହିଛି ୦.୯୭ ପ୍ରତିଶତ। ଗତ ୨୪ ଘଣ୍ଟା ମଧ୍ୟରେ ୨,୫୧୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe