୨୪ ଘଣ୍ଟା ମଧ୍ୟରେ ଭାରତରେ ୧୧,୦୬୭ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୧୦.୮୫ ନିୟୁତ ଟପିଲା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୧,୦୬୭ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୦୬୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୮,୫୮,୩୭୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୯୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୫,୫୨ରେ ପହଞ୍ଚିଛି। ସମ୍ପ୍ରତି ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁହାର ୧.୪୩%କୁ ହ୍ରାସ ପାଇଛି।

Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩, ୦୮୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୫,୬୧,୬୦୮। ଏଥିସହ ଦେଶର ସୁସ୍ଥତା ହାର ୯୭.୨୭%ରେ ପହଞ୍ଚିଛି।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୪୧,୫୧୧ରେ ପହଞ୍ଚିଛି। କ୍ରମାଗତ ୨୨ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ଏହା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟାର ୧.୩୦%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୬୬ ଲକ୍ଷ ୧୧ ହଜାର ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୯ ସୁଦ୍ଧା ସମୁଦାୟ ୨୦,୩୩,୨୪,୬୫୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୩୬,୯୦୩ଟି ନମୁନା।

ସମ୍ବନ୍ଧିତ ଖବର