୨୪ ଘଣ୍ଟା ମଧ୍ୟରେ ଭାରତରେ ୧୧,୬୬୬ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୧.୦୭ କୋଟି ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୧,୬୬୬ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସଂକ୍ରମଣସଂଖ୍ୟା ୧.୦୭ କୋଟି ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୬୬୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୭,୦୧,୧୯୩ରେ ପହଞ୍ଚିଛି।

Image Courtesy of NDTV

ଗତ ୨୪ ଘଣ୍ଟାରେ ୧୨୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୩,୮୪୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪, ୩୦୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୩,୭୩,୬୦୬। ଏହି ତଥ୍ୟ ଅନୁସାରେ, ଦେଶରେ ସୁସ୍ଥତା ହାର ୯୬.୯୪% ଥିବା ବେଳେ ମୃତ୍ୟୁସଂଖ୍ୟ ପୂର୍ବପରି ୧.୪୪%ରେ ସ୍ଥିର ରହିଛି।

Image Courtesy of Deccan Herald

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୭୩,୭୪୦ରେ ପହଞ୍ଚିଛି। ଏହା ଦେଶର ସମୁଦାୟ ସଂକ୍ରମଣ ସଂଖ୍ୟାର ୧.୬୨%। କ୍ରମାଗତ ୯ମ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି।

ସେହିଭଳି, ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୩୩,୯୯,୨୯୯ ଜଣଙ୍କୁ କୋଭିଡ୍‌-୧୯ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଶୁକ୍ରବାର ସୁଦ୍ଧା ସମୁଦାୟ ୧୯,୪୩,୩୮,୭୭୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୨୫,୬୫୩ଟି ନମୁନା।

ସମ୍ବନ୍ଧିତ ଖବର