୨୪ ଘଣ୍ଟା ମଧ୍ୟରେ ଭାରତରେ ୧୧,୮୩୧ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୮୪ ଆକ୍ରାନ୍ତ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୧,୮୩୧ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୮୩୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୮,୩୮,୧୯୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୮୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୫,୦୮୦ରେ ପହଞ୍ଚିଛି। ସମ୍ପ୍ରତି ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁହାର ୧.୪୩%କୁ ହ୍ରାସ ପାଇଛି।

Image Courtesy of Hindustan Times

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧, ୮୦୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୫,୩୪,୫୦୫। ଏଥିସହ ଦେଶର ସୁସ୍ଥତା ହାର ୯୭.୨୦%ରେ ପହଞ୍ଚିଛି।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୪୮,୬୦୯ରେ ପହଞ୍ଚିଛି। କ୍ରମାଗତ ୨୦ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ଏହା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟାର ୧.୩୭%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୫୮,୧୨,୩୬୨ଲକ୍ଷ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୭ ସୁଦ୍ଧା ସମୁଦାୟ ୨୦,୧୯,୦୦,୬୧୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୫,୩୨,୨୩୬ଟି ନମୁନା।

ସମ୍ବନ୍ଧିତ ଖବର