ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୧୫,୧୪୪ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୧୪୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୦,୫୫୭,୯୮୫ରେ ପହଞ୍ଚିଛି।
Image Courtesy of India Todayଗତ ୨୪ ଘଣ୍ଟାରେ ୧୮୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୨,୨୭୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬, ୯୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୧,୭୯,୭୧୫। ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୫୮%, ସକ୍ରିୟ ଆକ୍ରାନ୍ତଙ୍କହାର ୧.୯୮% ଏବଂ ମୃତ୍ୟୁହାର ୧.୪୪% ରହିଥିବା କଥା କେନ୍ଦ୍ର ସରକାର କହିଛନ୍ତି।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୦୮,୮୨୬। ତେଣୁ ଆଜି ମଧ୍ୟ ଦେଶରେ କୋଭିଡ୍-୧୯ ସକ୍ରିୟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ତଳକୁ ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/01/cvi-12.jpg)