୨୪ ଘଣ୍ଟା ମଧ୍ୟରେ ୧୫,୧୫୮ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ମୃତ୍ୟୁସଂଖ୍ୟା ୧୭୫

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୧୫,୧୫୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୦୫ କୋଟି ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୧୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୦,୫୪୨,୮୪୧ରେ ପହଞ୍ଚିଛି।

Image Courtesy of Business Standard

ଗତ ୨୪ ଘଣ୍ଟାରେ ୧୭୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୨,୦୯୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬, ୯୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୧,୭୯,୭୧୫। ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୫୬%, ସକ୍ରିୟ ଆକ୍ରାନ୍ତଙ୍କହାର ୨% ଏବଂ ମୃତ୍ୟୁହାର ୧.୪୪% ରହିଥିବା କଥା କେନ୍ଦ୍ର ସରକାର କହିଛନ୍ତି।

Image Courtesy of India Today

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୧୧,୦୩୩। ତେଣୁ ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ସକ୍ରିୟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ତଳକୁ ରହିଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଶୁକ୍ରବାର ସୁଦ୍ଧା ସମଗ୍ର ଦେଶରେ ୧୮,୫୭,୬୫,୪୯୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୮,୦୩,୦୯୦।

ସମ୍ବନ୍ଧିତ ଖବର