୧୬୦ ଦିନରେ ସର୍ବନିମ୍ନ: ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫,୦୭୨ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୫ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ କମ୍ ରହିଛି। ଏହା ହେଉଛି ଗତ ୧୬୦ ଦିନ ମଧ୍ୟରେ ରେକର୍ଡ କରାଯାଇଥିବା ନୂତନ ସଂକ୍ରମିତଙ୍କ ସଂଖ୍ୟା ଠାରୁ ସର୍ବନିମ୍ନ।

Image Courtesy of Reuters

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୦୭୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୮୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୪,୪୯,୩୦୬ ଓ ମୃତ୍ୟୁସଂଖ୍ୟା ୪,୩୪,୭୫୬ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୪,୧୫୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୬,୮୦,୬୨୬ରେ ପହଞ୍ଚିଛି।

Image Courtesy of The Financial Express

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୩୩,୯୨୪।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୫୮,୨୫,୪୯,୫୯୫ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଟିକା ନେଇଛନ୍ତି ୭,୯୫,୫୪୩ଜଣ ହିତାଧିକାରୀ।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୨ ତାରିଖ ସୁଦ୍ଧା ସମୁଦାୟ ୫୦,୭୫,୫୧,୩୯୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୨,୯୫,୧୬୦ଟି ନମୁନା।

ସମ୍ବନ୍ଧିତ ଖବର